ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଗୁରୁବାର ଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ । ଆଉ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଉପସ୍ଥାପନ କରିବେ । ଏହା ପୂର୍ବରୁ ଆଜି ଅର୍ଥାତ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟପାଳ ହରିବାବୁ କୁମ୍ଭମପାଟିଙ୍କୁ ଭେଟିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
୧୩ ତାରିଖରୁ ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ। ଦୁଇଟି ପର୍ୟ୍ୟାୟରେ ଏହି ଅଧିବେଶନ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୮ ଟି କାର୍ୟ୍ୟଦିବସ ଥିବାବେଳେ ଫେବୃଆରୀ ୧୭ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ ।

ଫେବୃଆରୀ ୧୩ରୁ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ୍‌ ଅଧିବେଶନ। ଫେବୃଆରୀ ୧୭ରେ ଆସିବ ରାଜ୍ୟ ବଜେଟ। ୨୦୨୫-୨୦୨୬ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ୟ୍ୟନ୍ତ ବନ୍ଦ ରହିବ ଅଧିବେଶନ। ପୁଣି ମାର୍ଚ୍ଚ ୭ରୁ ଏପ୍ରିଲ ୫ଯାଏ ଚାଲିବ ଦ୍ୱିତୀୟ ପର୍ୟ୍ୟାୟ ବଜେଟ୍‌ ଅଧିବେଶନ।

  • Related Posts

    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ