ଦୁର୍ବଳ ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର: ମଉଳିଲା ଲଘୁଚାପ ଆଶଙ୍କା । ଗତକାଲି ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ସକାଳୁ ଦୁର୍ବଳ ହୋଇଯାଇଛି । ଘୂର୍ଣ୍ଣିବଳୟଟି 13 ତାରିଖ ବେଳକୁ ଲଘୁଚାପ ଦାନା ବାନ୍ଧିବ ବୋଲି IMDର ପୂର୍ବାନୁମାନ ଥିଲା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଅନେକ ସ୍ଥାନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳୁଥିବା ବେଳେ ଆକାଶ ମେଘୁଆ ରହିବା ସହ ଉପକୂଳ ଓଡ଼ିଶାରେ ଝିପି ଝିପି ବର୍ଷା ଲାଗି ରହିଛି ।ଲଘୁଚାପ ନେଇ ଦେଖାଦେଇଥିବା ଆଶଙ୍କା ହ୍ରାସ ପାଇଥିଲେ ମଧ୍ୟ ପୂର୍ବାଳି ବାୟୁ ପ୍ରଭାବରେ ପାଣିପାଗରେ ଅସ୍ଥିରତା ଜାରି ରହିଛି । ଦଶହରା ପର୍ଯ୍ୟନ୍ତ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିବ । ବୁଧବାର ଗଞ୍ଜାମ, ଗଜପତି, ପୁରୀ, ଖୋରଧା ଓ ନୟାଗଡ଼ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି (ଗୁରୁବାର) ଠାରୁ ବର୍ଷାର ପରିମାଣ ସାମାନ୍ୟ ବଢ଼ିବ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

16 ତାରିଖ ପାଇଁ କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ ଓ ଖୋରଧା ଜିଲ୍ଲାକୁ ୟେଲା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 17 ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ବହିବାର ସମ୍ଭାବନା ରିହିଛି । ଯାହାକୁ ନେଇ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି