ବିନା ହିଂସାରେ ନିର୍ବାଚନ ସାରିବାକୁ ମନ୍ତ୍ରୀଙ୍କ ଅପିଲ୍

ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ନେଇ ସରିଲା ପ୍ରଚାର । ଆଜି ହ୍ଵାଏ ଆଇ ଷ୍ଟାଣ୍ଡ ଫର ମିଟିଂ । ଆସନ୍ତାକାଲି ବଛା ହେବେ ଛାତ୍ର ନେତା । ଛାତ୍ର ସଂସଦ ନିର୍ବାଚନ ନେଇ ଅପିଲ୍ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ସବୁ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମନ୍ତ୍ରୀ । ବିନା ହିଂସାରେ ନିର୍ବାଚନ ଶେଷ କରିବାକୁ ନିବେଦନ । ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଛାତ୍ର ନେତୃତ୍ୱକୁ ଉପଯୁକ୍ତ ସୁଯୋଗ ଦିଆଯାଇଛି । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ପୁଣିଥରେ ଆରମ୍ଭ କରାଯାଉଛି । ତେଣୁ ଏହି ନିର୍ବାଚନରେ ଯେଉଁମାନେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି, ସମସ୍ତଙ୍କୁ ଶୁଭେଚ୍ଛା । ଆସନ୍ତାକାଲି ସମାଜ, ରାଜ୍ୟ ଓ ଦେଶକୁ ନେତୃତ୍ୱ ଦେବାରେ ସହାୟକ ହେବ । ତେଣୁ ଯେଉଁ ସବୁ ଶିକ୍ଷାନୁଷ୍ଠାନରେ ନିର୍ବାଚନ ହେଉଛି, ସେଠାକାର ଛାତ୍ରଛାତ୍ରୀ ବିନା ହିଂସାରେ ଗଣତନ୍ତ୍ରର ଏହି ଅନୁଭବରେ ସାମିଲ ହୁଅନ୍ତୁ । ଶାନ୍ତି ଓ ଶୃଙ୍ଖଳାର ସହ ନିଜର ମତଦାନ କରନ୍ତୁ ।
ଆସନ୍ତାକାଲିର ନିର୍ବାଚନକୁ ଦୃଷ୍ଟିରେ ରଖି ପୁଲିସ ଓ ସମ୍ପୃକ୍ତ ବିଭାଗ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା କରାଯାଇଛି । ଏହି କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟର ନିର୍ବାଚନ ପ୍ରକ୍ରିୟା ଉପରେ ନିୟମିତ ନଜର ରଖାଯାଇଛି । ନିର୍ବାଚନ କିପରି ଶାନ୍ତିପୂର୍ଣ୍ଣ, ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଭାବେ ସମାପ୍ତ ହେବ, ସେଥିପାଇଁ ନିରନ୍ତର ନିରୀକ୍ଷଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ଇପସିତାଙ୍କୁ ଉଠାଇ ନେଲା ପୁଲିସ

    ଭୁବନେଶ୍ୱର: ରମାଦେବୀ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବିସିଜେଡି ସଭାନେତ୍ରୀ ଇପସିତା ସାହୁଙ୍କୁ ପୁଲିସ ଉଠାଇ ନେଇଛି ।ଇପସିତା ସାହୁଙ୍କୁ ନାମରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ ତାଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି