ଦଶହରାଯାଏ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ବୁଧବାର ସକାଳୁ ଦୁର୍ବଳ ହୋଇଯାଇଛି। ଘୂର୍ଣ୍ଣିବଳୟଟି ୧୩ ତାରିଖରେ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲାବେଳେ ତାହା ଦୁର୍ବଳ ହୋଇଯାଇଛି। ସେହିପରି ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳୁଥିବା ବେଳେ ଆକାଶ ମେଘୁଆ ରହିବା ସହ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ଝିପି ଝିପି ବର୍ଷା ଲାଗିରହିଛି। ଦଶହରା ପର୍ଯ୍ୟନ୍ତ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଲାଗିରହିବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ଗୁରୁବାରଠାରୁ ବର୍ଷାର ପରିମାଣ ସାମାନ୍ୟ ବଢ଼ିବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୧୬ ତାରିଖ ପାଇଁ କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲାକୁ ୟେଲୋ ୱାର୍ନିଂ ଦିଆଯାଉଛି। ୧୭ ତାରିଖରେ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ସହ ବଜ୍ରପାତ ଓ ପବନ ବହିବାର ସମ୍ଭାବନା ରିହିଛି। ଏଥିପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲାକୁ ମଧ୍ୟ ୟେଲୋ ୱାର୍ନିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦେଶର ଅବଶିଷ୍ଟ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ। ଏହାସହିତ ଦକ୍ଷିଣ ଉପଦ୍ୱୀପ ଅଞ୍ଚଳରେ ଉତ୍ତର-ପୂର୍ବ ମୌସୁମୀ ବର୍ଷା ଆରମ୍ଭ ହେବା ପାଇଁ ପରିସ୍ଥିତି ଅନୁକୂଳ ହେଉଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପାଗ ବଦଳୁଥିବାବେଳେ ବୁଧବାର ସର୍ବାଧିକ ଦିନ ତାପମାତ୍ରା ବରଗଡ଼ରେ ୩୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ପାରଳାଖେମୁଣ୍ଡି ୩୪.୫, ବାଲେଶ୍ୱର ୩୪.୨, ତାଳଚେର ୩୪, ମାଲକାନଗିରି ୩୪, ଛତ୍ରପୁର ୩୪, ଭୁବନେଶ୍ୱର ୩୩.୨ ଏବଂ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୨୮ ଡିଗ୍ରୀ ରହିଥିଲା।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି