ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ନିର୍ବାଚନରେ ସାମିଲ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଛାତ୍ର ସଂସଦ ନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଟ୍ବିଟ୍ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଛାତ୍ର ସଂସଦ ନିର୍ବାଚନ କେବଳ ପ୍ରତିନିଧି ବାଛିବାର ଏକ ପ୍ରକ୍ରିୟା ନୁହେଁ, ବରଂ ଏହା ଗଣତନ୍ତ୍ରର ମୂଳଦୁଆ ଏବଂ ଭବିଷ୍ୟତର ନେତୃତ୍ୱ ଗଠନର ଏକ ମୁଖ୍ୟ ମାଧ୍ୟମ । ଆଜି କ୍ୟାମ୍ପସରେ ଆପଣମାନେ ଯେଉଁ ମୂଲ୍ୟବୋଧ, ଶୃଙ୍ଖଳା ଓ ଆଦର୍ଶର ଅଭ୍ୟାସ କରିବେ, ତାହା ଆଗାମୀ ଦିନରେ ଆମ ରାଜ୍ୟ ତଥା ଦେଶକୁ ଏକ ନୂତନ ଦିଗ୍ ଦର୍ଶନ ଦେବ । ତେଣୁ କୌଣସି ପ୍ରକାର ହିଂସା, ଗୁଜବ ବା ବିଭେଦର ଶିକାର ନ ହୋଇ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ଏହି ନିର୍ବାଚନରେ ସାମିଲ ହୁଅନ୍ତୁ । ସମସ୍ତ ଛାତ୍ରଛାତ୍ରୀ ଓ ପ୍ରାର୍ଥୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ।

୩୪୬ କଲେଜ ଓ ୧୩ ବିଶ୍ଵବିଦ୍ୟାଳୟରେ ଭୋଟିଂ ଚାଲିଛି । ବିଭିନ୍ନ ପଦପଦବି ପାଇଁ ମଇଦାନରେ ୬୮୯୧ ପ୍ରାର୍ଥୀ ଅଛନ୍ତି । ସକାଳ ୮ଟାରୁ ଦିନ ୨ଟା ଯାଏ ଭୋଟ୍ ହେବ । ଏହାପରେ ଗଣତି ହୋଇ ସଂଧ୍ୟାରେ ଫଳ ପ୍ରକାଶ ପାଇବ । ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ପାଇଁ କ୍ୟାମ୍ପସରେ ପୁଲିସ ଛାଉଣୀ ରହିଛି । ତେବେ କିଛି କଲେଜ, ବିଶ୍ଵବିଦ୍ୟାଳୟରେ ଉତ୍ତେଜନା ଦେଖିବାକୁ ମିଳିଛି । ମଇଦାନରେ ଅଛନ୍ତି ୮୬୬ ଜଣ ସଭାପତି, ୬୧୬ ଜଣ ସାଧାରଣ ସଂପାଦକ ଓ ୧୭୬ଜଣ ଉପସଭାପତି ପ୍ରାର୍ଥୀ ।

  • Related Posts

    କ୍ରେନ୍ ଖସି ଦୁଇ ଓଡ଼ିଆ ଶ୍ରମିକ ମୃତ

    ଗଞ୍ଜାମ: ଆନ୍ଧ୍ରପ୍ରଦେଶରେ ଅଭାବନୀୟ ଦୁର୍ଘଟଣା। ନିର୍ମାଣାଧୀନ କୋଠାରେ କାମ କରୁଥିବା ବେଳେ କ୍ରେନ୍ ଖସି ପଡ଼ିବାରୁ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଘଟଣା ଗୁଣ୍ଟୁର ନିକଟରେ ଘଟିଛି। ଦୁର୍ଘଟଣାରେ ଅନ୍ୟ ତିନି ଜଣ ଶ୍ରମିକ ଗୁରୁତର ଆହତ…

    Continue reading
    ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍

    କେନ୍ଦୁଝର: ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍ । କେନ୍ଦୁଝର ଜିଲ୍ଲା ବମେବାରୀ ଥାନା ହେଶା ବେଡା ଗାଁ ନିକଟରେ ଲୁହା ପଥର ବୋଝେଇ କରିଯାଉଥିବା ବେଳେ ଟ୍ରକ୍‌ରେ ଲାଗିଗଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଲୁହାପଥର ବୋଝେଇ କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି