ନିର୍ବାଚନ ଶେଷ ପରେ ଏହା କହିଲେ ମୋହନ

ଭୁବନେଶ୍ୱର:ପୂର୍ବ ସରକାର ନିଜର ରାଜନୈତିକ ସ୍ୱାର୍ଥ ପାଇଁ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରଖି ଛାତ୍ରଛାତ୍ରୀଙ୍କ ଗଣତାନ୍ତ୍ରିକ ସ୍ୱରକୁ ଚାପି ଦେଇଥିଲେ। କିନ୍ତୁ ଆମେ ଛାତ୍ର ସମାଜକୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି,  ସଫଳତାର ସହ ନିର୍ବାଚନ ପରିଚାଳନା କରିଛୁ ଏବଂ କ୍ୟାମ୍ପସରେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା କରିଛୁ।

ଏହି ଅବସରରେ ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ଛାତ୍ରଛାତ୍ରୀଙ୍କ ଆଶା, ଆକାଂକ୍ଷା ତଥା ସେମାନଙ୍କ ସ୍ୱରକୁ ସମ୍ମାନ ଜଣାଇ ଆପଣମାନେ ନିଜ ନିଜର ଦାୟିତ୍ୱକୁ ନିଷ୍ଠା ଓ ସଚ୍ଚୋଟତାର ସହ ତୁଲାଇବେ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ। କ୍ୟାମ୍ପସରେ ଶୃଙ୍ଖଳା, ଶୈକ୍ଷିକ ବାତାବରଣ, ଏକତା ଓ ସୁସ୍ଥ ଗଣତାନ୍ତ୍ରିକ ପରମ୍ପରାକୁ ଆହୁରି ସୁଦୃଢ଼ କରି ଏକ ବିକଶିତ ଓଡ଼ିଶା ଗଠନରେ ଆପଣମାନେ ଅଗ୍ରଣୀ ଭୂମିକା ଗ୍ରହଣ କରନ୍ତୁ।

ସମସ୍ତ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଉଜ୍ଜ୍ୱଳ ଭବିଷ୍ୟତ ତଥା ସଫଳ କାର୍ୟ୍ୟକାଳ କାମନା କରୁଛି।

  • Related Posts

    ଭୁବନେଶ୍ବରରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

    ଭୁବନେଶ୍ବର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ…

    Continue reading
    ABVPର ବିଜୟ ପରେ ଶାହାଙ୍କ ଅଭିନନ୍ଦନ

    ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ର କର୍ମୀମାନଙ୍କୁ ସେମାନଙ୍କର ବଡ଼ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଶନିବାର (ଅକ୍ଟୋବର ୧୭) ସେ କହିଛନ୍ତି ଯେ, ସଂଗଠନର ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି