ବିଜେପି ବିଧାୟକ ଦଳ ବୈଠକ

ଭୁବନେଶ୍ବର: ସରକାରଙ୍କୁ ଅକଳରେ ପକାଇବା ପାଇଁ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି। ବିରୋଧୀଙ୍କୁ ସାମ୍ନା କରିବାକୁ ସରକାରୀ ଦଳ ବିଜେପି ବି ପ୍ରସ୍ତୁତି କରିଛି। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ପରିସରରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ଥିଲେ। ବିରୋଧୀ ଯେଉଁ ସମ୍ଭାବ୍ୟ ପ୍ରସଙ୍ଗଗୁଡ଼ିକ ଉଠାଇବେ, ତାହା ଉପରେ ଆଲୋଚନା ହୋଇଥିଲା। ଆବଶ୍ୟକ ତଥ୍ୟ ସହ ତାହାକୁ କିପରି ମୁକାବିଲା କରାଯିବ, ସେ ଦିଗରେ ଯୋଜନା ପ୍ରସ୍ତୁତ‌ ହୋଇଥିଲା।

ବୈଠକ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ କହିଥିଲେ, ବିରୋଧୀଙ୍କୁ ମୁକାବିଲା କରିବାକୁ ବିଜେପି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇବେ, ସେ ସମ୍ପର୍କରେ ଆଲୋଚନା କରିବାକୁ ଶାସକ ଦଳ ରାଜି ଅଛି। ସରକାରକୁ ୮ ମାସ ପୂରିଛି। ସରକାର ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲେ ତାହାକୁ କାର୍ୟ୍ୟକାରୀ କରିଛନ୍ତି। ଏହାକୁ ସବିଶେଷ ତଥ୍ୟ ସହ ଗୃହରେ ଉପସ୍ଥାପନ କରାଯିବ। ସମସ୍ତ ପ୍ରସଙ୍ଗରେ ଗଠନମୂଳକ ଆଲୋଚନା ପାଇଁ ଆମେ ପ୍ରସ୍ତୁତ ଅଛୁ।

  • Related Posts

    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading
    ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

    ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ