ଭୁବନେଶ୍ବରରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

ଭୁବନେଶ୍ବର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ସ୍ବାଗତ କରିଛନ୍ତି। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ଆସନ୍ତା ୧୮ତାରିଖରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ଓଡ଼ିଶା ଲୋକଭବନ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଶେଷ ହୋଇଛି। ୧୮ତାରିଖ ପୂର୍ବାହ୍ନ ୧୧ଟାରେ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟପାଳ ଶପଥ ଗ୍ରହଣ କରିବା ପରେ ପୁରୀ ଗସ୍ତରେ ଯିବେ। ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ପୁରୀ ଲୋକଭବନରେ କିଛି ସମୟ ବିତାଇବାର କାର୍ଯ୍ୟକ୍ରମ ରହିଥିବା ଓଡ଼ିଶା ଲୋକଭବନ ପକ୍ଷରୁ କୁହାଯାଇଛି।

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି