ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତତ୍କାଳ ପ୍ରଭାବରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ସରକାରୀ ଆଦେଶ ଅନୁଯାୟୀ, ଓଡ଼ିଶା ସିଭିଲ୍ ସର୍ଭିସେସ୍ (କ୍ଲାସିଫିକେସନ୍, କଣ୍ଟ୍ରୋଲ୍ ଆଣ୍ଡ ଅପିଲ୍) ନିୟମାବଳୀ, ୧୯୬୨ର ନିୟମ ୧୨(୧)(କ) ଅନୁସାରେ ଏହି ପଦକ୍ଷେପ ନିଆଯାଇଛି। ନିଲମ୍ବନ ଅବଧିରେ ମନୋଜ କୁମାର ମାଝୀଙ୍କ ମୁଖ୍ୟାଳୟ କଟକସ୍ଥିତ ରାଜସ୍ୱ ଡିଭିଜନାଲ୍ କମିଶନର (କେନ୍ଦ୍ରାଞ୍ଚଳ)ଙ୍କ କାର୍ଯ୍ୟାଳୟରେ ରହିବ। ଆର୍‌ଡ଼ିସିଙ୍କ ପୂର୍ବାନୁମତି ବିନା ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ। ଏଥିସହ ତହସିଲଦାରଙ୍କ ବିରୋଧରେ ଥିବା ଅଭିଯୋଗର ତାଲିକା, ସମ୍ପୃକ୍ତ ପ୍ରମାଣପତ୍ର ଏବଂ ଅନ୍ୟାନ୍ୟ ଆବଶ୍ୟକ ଦଲିଲ ଦାଖଲ କରିବାକୁ ଢେଙ୍କାନାଳ ଜିଲ୍ଲାପାଳଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଦୁର୍ନୀତି ଓ ବିଶୃଙ୍ଖଳିତ ପ୍ରଶାସନିକ କାର୍ଯ୍ୟଧାରା ବିରୋଧରେ ତ୍ୱରିତ ପଦକ୍ଷେପ ନେବା ସହ ଲୋକାଭିମୁଖୀ ରାଜସ୍ୱ ସେବା ପ୍ରଦାନ ପାଇଁ ବିଭାଗ ପ୍ରତିବଦ୍ଧ ବୋଲି କୁହାଯାଇଛି। ତେବେ ନିଲମ୍ବନ ସମ୍ପର୍କିତ ଆଦେଶରେ ତାଙ୍କ ବିରୋଧରେ ଥିବା ନିର୍ଦ୍ଦିଷ୍ଟ ଅଭିଯୋଗର ବିବରଣୀ ଉଲ୍ଲେଖ କରାଯାଇନାହିଁ।

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି