ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ ଶାରଦୀୟ ଦୁର୍ଗାପୂଜା ଉତ୍ସବ ପାଳନ କରାଯାଉଥିବାରୁ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି।ଆସନ୍ତାକାଲି ମହାଷ୍ଟମୀ ପୂଜା ଅନୁଷ୍ଠିତ ହେବ। ଏହି ଅବସରରେ ପୂଜାମଣ୍ଡପରେ ଶ୍ରଦ୍ଧାଳୁଙ୍କ ଅଧିକ ଜନସମାଗମ ହେବା ଆଶା କରାଯାଉଛି। ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିବାକୁ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାକାର୍ଯ୍ୟ ଚାଲିଥିବା ବେଳେ ଉତ୍ସବକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୂଜା କମିଟି ପକ୍ଷରୁ ବ୍ୟବସ୍ଥା କରାଯାଉଛି।
ପୂଜା ଅବସରରେ ଆସନ୍ତା ୨୨ ତାରିଖ ଗୁରୁବାର ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମହାଭାରତ’ ନାଟକ ପରିବେଷଣ କରାଯିବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ନେଇ ଅଞ୍ଚଳବାସୀ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆଗ୍ରହ ପ୍ରକାଶ ପାଇଛି।ରାଇକିଆର ଏହି ପାରମ୍ପରିକ ଶାରଦୀୟ ଉତ୍ସବକୁ ସଫଳ କରିବା ପାଇଁ ପୂଜା କମିଟିର ସଭାପତି ସତ୍ୟବାନ ପାତ୍ର, ସାଧାରଣ ସମ୍ପାଦକ ସନ୍ତୋଷ ଲେଙ୍କା ଓ କୋଷାଧ୍ୟକ୍ଷ ସୁରେନ୍ଦ୍ର ପଣ୍ଡାଙ୍କ ସମେତ କମିଟିର ସଦସ୍ୟମାନେ ଉଦ୍ୟମ ଜାରି ରଖିଛନ୍ତି। ମା’ ବନଦୁର୍ଗାଙ୍କ ଆଶୀର୍ବାଦ କାମନା କରି ଭକ୍ତମାନେ ଏହି ଶାରଦୀୟ ଉତ୍ସବରେ ସାମିଲ ହେଉଛନ୍ତି।
ପୂଜା ସମୟରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଆଇନଶୃଙ୍ଖଳା ରକ୍ଷା ପାଇଁ ରାଇକିଆ ପୋଲିସ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ରାଇକିଆ ଥାନା ଅଧିକାରୀ ଏ. ସ୍ୱର୍ଣ୍ଣଲତା ପାତ୍ରଙ୍କ ନେତୃତ୍ୱରେ ଭିଡ଼ ନିୟନ୍ତ୍ରଣ ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବlପାଇଁ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ଶ୍ରଦ୍ଧାଳୁମାନେ ଯେପରି ଶାନ୍ତିପୂର୍ଣ୍ଣ ଭାବେ ମା’ଙ୍କ ଦର୍ଶନ କରିପାରିବେ, ସେଥିପ୍ରତି ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡl

  • Related Posts

    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading
    ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ

    ଦେବଗଡ଼:ଦେବଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପୂର୍ବଛାତ୍ର ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଶ୍ଚିମ ସମ୍ଭାଗ ସଂପାଦକ ତ୍ରିବିକ୍ରମ ଶତପଥି ମୁଖ୍ୟଅତିଥି, ସମ୍ବଲପୁର ବିଭାଗ ସଂଘଚାଳକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି