କାଶୀପୁରରେ ଜନନୀ ଯନ୍ତ୍ରଣା: ଭାରରେ ୫ କିମି ବୁହା ହେଲେ ଗର୍ଭବତୀ, ମୃତ ସନ୍ତାନ ଜନ୍ମ

କାଶୀପୁର: ଖଣିଜ ସମ୍ପଦରେ ଭରପୂର ରାୟଗଡ଼ା ଜିଲ୍ଲାର କାଶୀପୁର ବ୍ଲକରେ ଥମିବାର ନାଁ ନେଉନି ଜନନୀ ଯନ୍ତ୍ରଣା । ଦୁର୍ଗମ ଅଞ୍ଚଳକୁ ରାସ୍ତାଘାଟ ସୁବିଧା ନଥିବାରୁ ଗର୍ଭବତୀଙ୍କୁ ଠିକ୍ ସମୟରେ ଚିକିତ୍ସା ସେବା ମିଳିବାରେ ବାଧା ସୃଷ୍ଟି ହେଉଛି । ଏହାର ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ ଆସିଛି ସୁଙ୍ଗେର ପଞ୍ଚାୟତର ମାଳିପଦର ଗ୍ରାମରୁ । ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିବା ଜଣେ ମହିଳାଙ୍କୁ ଗ୍ରାମବାସୀ ଚାଦରରେ ଭାର କରି ପ୍ରାୟ ୫ କିଲୋମିଟର ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇଥିଲେ । ଶେଷରେ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମହିଳା ଜଣକ ଏକ ମୃତ ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ମାଳିପଦର ଗ୍ରାମର ଅର୍ଜୁନ ମାଝୀଙ୍କ ପତ୍ନୀ ସୁକୁ ମାଝୀ (୩୫)ଙ୍କୁ ଗତକାଲି ଗର୍ଭ ଯନ୍ତ୍ରଣା ହୋଇଥିଲା । ଖବର ପାଇ ଆଶାକର୍ମୀ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ । କିନ୍ତୁ ଗ୍ରାମକୁ ଯିବା ପାଇଁ ରାସ୍ତା ନଥିବାରୁ ଆମ୍ବୁଲାନ୍ସଟି ଆଲିଗୁନା ଗ୍ରାମ ନିକଟରେ ଅଟକି ରହିଥିଲା । ଫଳରେ ପରିବାର ସଦସ୍ୟ ଓ ଗ୍ରାମବାସୀ ମିଶି ଚାଦରରେ ସୁକୁଙ୍କୁ ଭାର କରି ଦୁର୍ଗମ ପାହାଡ଼ିଆ ରାସ୍ତା ଦେଇ ପ୍ରାୟ ୫ କିଲୋମିଟର ବୋହି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ । ଏହି କାର୍ଯ୍ୟରେ ଆମ୍ବୁଲାନ୍ସ ଚାଳକ ଦୀପକ ଗୋପାଳ ମଧ୍ୟ ସହଯୋଗ କରିଥିଲେ । ପରେ ସୁକୁଙ୍କୁ ନିକଟସ୍ଥ ସୁଙ୍ଗେର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ନଥିବାରୁ ତାଙ୍କୁ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ସେଠାରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବାରୁ ଅଧିକ ଚିକିତ୍ସା ପାଇଁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ସେ ଏକ ମୃତ ସନ୍ତାନକୁ ଜନ୍ମ ଦେଇଥିଲେ। ଏହି ଦୁଃଖଦ ଘଟଣା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

  • Related Posts

    ବାତ୍ୟା ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା! ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ଆଶଙ୍କା ରହିଛି । ୨୭ ଓ ୨୮ ତାରିଖରେ ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୨୮ ତାରିଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର କେତେକ…

    Continue reading
    ‘ଅର୍ଣ୍ଣବ’ ମୁକାବିଲା ନେଇ ମୁଖ୍ୟ ସଚିବ ପ୍ରତିକ୍ରିୟା, କହିଲେ….

    ଭୁବନେଶ୍ୱର: ବାତ୍ୟା ନେଇ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ । ‘ଅର୍ଣ୍ଣବ’କୁ ନେଇ ହୋଇଛି ସମୀକ୍ଷା ବୈଠକ । କ୍ୟାବିନେଟ ସଚିବଙ୍କ ସହିତ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ପ୍ରତିକ୍ରିୟା । କୋରାପୁଟ, ରାୟଗଡା, ମାଲକାନଗିରି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି