ଓଡ଼ିଶାରେ ବାତ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ପ୍ରସ୍ତୁତି ସହ ବିପର୍ଯ୍ୟୟ ପରବର୍ତ୍ତୀ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସହିତ ଆଲୋଚନା
ଭୁବନେଶ୍ୱର: ୨୮/୧୦/୨୦୨୬ :
ସୃଷ୍ଟି ହୋଇଥିବା ବାତ୍ୟା “ଅର୍ଣ୍ଣବ”ର ଓଡ଼ିଶାରେ ପ୍ରଭାବ ସଂପର୍କିତ ସ୍ଥିତି, ଏହାକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତି ଏବଂ ବିପର୍ଯ୍ୟୟ ପରବର୍ତ୍ତୀ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ( ଏସଆରସି),ଓଡ଼ିଶା ଙ୍କ କାର୍ଯ୍ୟାଳୟରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ସମୀକ୍ଷା କରିଛନ୍ତି । ଏ ସଂପର୍କରେ ଏସଆରସି ଶ୍ରୀ ରାଜେଶ ପ୍ରଭାକର ପାଟିଲ, ମୁଖ୍ୟ ଶାସନ ସଚିବଙ୍କୁ ସବିଶେଷ ଅବଗତ କରାଇଥିଲେ । ଏହି ବୈଠକରେ ବାତ୍ୟା ପୂର୍ବ ପ୍ରସ୍ତୁତି ଏବଂ ଜରୁରୀକାଳୀନ ପଦକ୍ଷେପଗୁଡ଼ିକ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । ବାତ୍ୟାର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ସଂପର୍କରେ ଏସଆରସି ଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା ।
‘ଶୂନ୍ୟ ଜୀବନହାନି’ (Zero Casualty) କୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ପ୍ରତ୍ୟକ୍ଷ ସମୀକ୍ଷା ଆଧାରରେ ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟ କରାଯାଉଛି ।
ସମସ୍ତ ଜିଲ୍ଲା ନିୟନ୍ତ୍ରଣ କକ୍ଷ ୨୪ ଘଣ୍ଟା କାର୍ଯ୍ୟକ୍ଷମ ରହିଥିବା ବେଳେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପ୍ରଭାବିତ ଅଞ୍ଚଳରେ ସମସ୍ତ ବିଦ୍ୟାଳୟ ଓ ଆଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ୮ଟି ପ୍ରଭାବିତ ଜିଲ୍ଲାରେ ୩୨୪ଟି ସକ୍ରିୟ ଆଶ୍ରୟସ୍ଥଳରେ ୩୧,୨୫୫ ଜଣ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି । ରାଜ୍ୟରେ ମୋଟ ୨,୦୬୭ଟି (୧୪୧ ସ୍ଥାୟୀ + ୧,୯୨୬ ଅସ୍ଥାୟୀ) ଆଶ୍ରୟସ୍ଥଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖାଯାଇଛି । ଚିହ୍ନଟ ହୋଇଥିବା ୪,୧୩୯ ଜଣ ଗର୍ଭବତୀ ମହିଳାଙ୍କ ମଧ୍ୟରୁ ୨,୨୪୫ ଜଣଙ୍କୁ ନିକଟସ୍ଥ ହସ୍ପିଟାଲ ଓ ସ୍ୱାସ୍ଥ୍ୟକେନ୍ଦ୍ରକୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରାଯାଇଛି । ସମୁଦ୍ରରୁ ୧୧,୯୫୫ ଓ ଚିଲିକାରୁ ୭,୧୮୮ ଏହିଭଳି ମୋଟ ୧୯,୧୪୩ଟି ମାଛଧରା ଡଙ୍ଗାକୁ ସୁରକ୍ଷିତ ଭାବେ କୂଳକୁ ଅଣାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଆଜି ସକାଳ ୮.୩୦ ସୁଦ୍ଧା ରାଜ୍ୟରେ ହାରାହାରି ୨୩.୯ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୪ଟି ବ୍ଲକ୍ ଏବଂ ୩ଟି ସହରାଞ୍ଚଳରେ ୧୦୦ ମିମିରୁ ଅଧିକ ବର୍ଷା ହୋଇଛି । ସର୍ବାଧିକ ବର୍ଷା ହୋଇଥିବା ବ୍ଲକ୍: କୋରାପୁଟର ପଟ୍ଟାଙ୍ଗି (୧୮୮.୦ ମିମି), ଗଜପତିର ମୋହନା (୧୮୨.୪ ମିମି), ଗଞ୍ଜାମ ବ୍ଲକ୍ (୧୬୧.୪ ମିମି), ଛତ୍ରପୁର (୧୫୪.୬ ମିମି) ଏବଂ ସିମିଳିଗୁଡ଼ା (୧୪୩.୧ ମିମି) । ଜିଲ୍ଲାଗୁଡିକରେ ହାରାହାରି ବର୍ଷା ମଧ୍ୟରେ ଗଜପତି (୧୨୧.୨ ମିମି), ଗଞ୍ଜାମ (୮୩.୧ ମିମି), କୋରାପୁଟ (୬୧.୦ ମିମି) ଏବଂ ପୁରୀ (୫୪.୨ ମିମି) ରହିଛି ।
ସାରା ରାଜ୍ୟରେ ମୋଟ ୬୨ଟି ODRAF, ୯ଟି NDRF ଏବଂ ୨୪୪ଟି ଅଗ୍ନିଶମ ସେବା ଟିମ୍ ମୁତୟନ ହୋଇଛନ୍ତି । ଏଥିସହିତ ୧,୫୧୦ଟି ପାୱାର ଚେନ୍-ସ’, ୨୨୫ଟି ଟୋଇଂ ଟେଣ୍ଡର, ୧୧୦ଟି ଡଙ୍ଗା, ୧୩୫ ଟି ଜଳ ନିଷ୍କାସନ ପମ୍ପ ଓ ୨୨୫ଟି ଟାୱାର ଲାଇଟ୍ ମୁତୟନ ଅଛି । ବାତ୍ୟା ପ୍ରଭାବିତ ୮ଟି ଜିଲ୍ଲା ପାଇଁ ସରକାର ୧୯ କୋଟି ଟଙ୍କାର ରିଲିଫ୍ ସହାୟତା ମଞ୍ଜୁର କରିଛନ୍ତି । ଗଞ୍ଜାମ ଜିଲ୍ଲାକୁ ୫ କୋଟି ଏବଂ ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳକୁ ୨ କୋଟି ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି ।
ଛୁଡ଼ା, ଗୁଡ଼, ଚାଉଳ, ବିସ୍କୁଟ୍, ପଲିଥିନ୍ ଏବଂ ଆଣ୍ଟି-ସର୍ପ ଭେନମ୍ (ASV) ଯଥେଷ୍ଟ ପରିମାଣରେ ମହଜୁଦ ରଖାଯାଇଛି । TPSODL ଅଧୀନରେ ପ୍ରଭାବିତ ୨୦,୧୯,୧୨୪ ଗ୍ରାହକଙ୍କ ମଧ୍ୟରୁ ୬୫.୪୧% (୧୩,୨୦,୭୦୫ ଜଣ) ଙ୍କୁ ବିଦ୍ୟୁତ୍ ସଂଯୋଗ ପୁନରୁଦ୍ଧାର କରାଯାଇସାରିଛି । ଗଜପତିରେ ସର୍ବାଧିକ ୮୧.୧୬% ଏବଂ ମାଲକାନଗିରିରେ ୭୧.୬୧% ବିଦ୍ୟୁତ୍ ସେବା ସ୍ୱାଭାବିକ ହୋଇଛି ।

  • Related Posts

    ରାଜ୍ୟରେ ୨୨ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି , ୭ ହଜାର ୭୬୫ ନିଯୁକ୍ତି ସୁଯୋଗ

    ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ୧୫୧ତମ ସିଙ୍ଗିଲ୍‌ ଉଇଣ୍ଡୋ କ୍ଲିୟରାନ୍ସ ଅଥୋରିଟି(ଏସଏଲଏସଡ଼ବ୍ଲୁ ସିଏ) ବୈଠକରେ ରାଜ୍ୟ ସରକାର ଆଜି ୩,୮୫୫.୩୮ କୋଟି ଟଙ୍କାର ୨୨ଟି ଶିଳ୍ପ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଏହି ପ୍ରସ୍ତାବଗୁଡ଼ିକ ମାଧ୍ୟମରେ ୭,୭୬୫ ଟି ନିଯୁକ୍ତି…

    Continue reading
    ଓଡ଼ିଶାର ୩୫.୩୯ ଲକ୍ଷ ଚାଷୀଙ୍କୁ ମିଳିବ ୭୦୭ କୋଟିରୁ ଅଧିକ ଟଙ୍କା

    ଭୁବନେଶ୍ଵର: ଆସନ୍ତାକାଲି ‘ପିଏମ୍-କିଷାନ ଉତ୍ସବ ଦିବସ’ ଅବସରରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ପିଏମ୍-କିଷାନ ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଯୋଜନାରେ ଓଡ଼ିଶାର ୩୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ ହେବେ। ଓଡ଼ିଶାରେ ଏହି ଅବସରରେ ରାଜ୍ୟସ୍ତରୀୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ