ବରଗଡ଼ ଧନୁଯାତ୍ରା: ନଭେମ୍ବର ୧ରୁ କଂସ ଚୟନ ପ୍ରକ୍ରିୟା

ବରଗଡ଼: ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଦୀର୍ଘ ୧୧ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବ ଜାନୁଆରୀ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଏଥର ଧନୁଯାତ୍ରାରେ ପୁଣି ବଦଳିବେ ମହାରାଜା କଂସ। ଏଥିପାଇଁ ଆସନ୍ତା ନଭେମ୍ବର ୧ ତାରିଖରୁ କଂସ ଚରିତ୍ର ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।

ବୁଧବାର ଅନୁଷ୍ଠିତ ଧନୁଯାତ୍ରା ମହୋତ୍ସବ ସମିତିର କଳାକାର ଉପଦେଷ୍ଟା କମିଟି ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଶାୟୀ କଳାକାରମାନେ ନଭେମ୍ବର ୧ରୁ ୧୫ ତାରିଖ ମଧ୍ୟରେ ଆବେଦନ କରିପାରିବେ ଏବଂ ନଭେମ୍ବର ମାସ ଶେଷ ସପ୍ତାହରେ କଂସ ଚରିତ୍ର ପାଇଁ ଚୂଡ଼ାନ୍ତ ଚୟନ ପ୍ରକ୍ରିୟା ଶେଷ ହେବ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀଙ୍କ ସମେତ ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

ଗତବର୍ଷ କଂସ ଭୂମିକାରେ ଅଭିନୟ କରିଥିବା କଳାକାର ସୁଶିଲ ମେହେର ଆସନ୍ତା ଧନୁଯାତ୍ରାରେ ଅଭିନୟରୁ ଅବ୍ୟାହତି ନେବା ପାଇଁ ଗତ ସୋମବାର ଧନୁଯାତ୍ରା ମହୋତ୍ସବ ସମିତିକୁ ଲିଖିତ ଭାବେ ଜଣାଇଥିଲେ। ସେ ଅଭିନୟରୁ ଓହରିବା ପରେ ପ୍ରଶାସନ ଓ ସମିତି ପକ୍ଷରୁ ନୂଆ କଂସ ଚୟନ ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଉଛି।

  • Related Posts

    ପିଏମ୍ କିଷାନ: ଓଡ଼ିଶାରେ ୩୫ ଲକ୍ଷରୁ ଅଧିକ ଆକାଉଣ୍ଟକୁ ଗଲା ୭୦୭.୮୬ କୋଟି

    ଭୁବନେଶ୍ଵର : ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ୨୪ତମ କିସ୍ତି ବଣ୍ଟନ । ଗୁଜରାଟର ବନାସକାଣ୍ଠାରୁ ପିଏମ୍-କିଷାନ ଟଙ୍କା ଛାଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି । ଦେଶର ୯.୩୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଗଲା ୧୮,୬୯୦ କୋଟି ଟଙ୍କା । ଓଡ଼ିଶାର…

    Continue reading
    ଓସିଏସ୍‌ ପରୀକ୍ଷା ଘୁଞ୍ଚିବନି : ରାଜସ୍ୱ ମନ୍ତ୍ରୀ

    ଭୁବନେଶ୍ୱର:ବାତ୍ୟା ‘ଅର୍ଣ୍ଣବ’ ପରେ ଏବେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହାର ପ୍ରଭାବରେ ଜନଜୀବନ ବ୍ୟାହତ ହୋଇଥିବାବେଳେ ଅକଳରେ ପଡ଼ିଛନ୍ତି ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ମୁଖ୍ୟ ପରୀକ୍ଷାର୍ଥୀ। ବିଶେଷକରି ଦକ୍ଷିଣ ଓଡ଼ିଶାର ପରୀକ୍ଷାର୍ଥୀମାନେ କିପରି ପରୀକ୍ଷା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ