ବନ୍ୟା ବିଭୀଷିକା: ୪୩ ହଜାର ଲୋକ ପ୍ରଭାବିତ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ସ୍ଥିତି ସଙ୍କଟଜନକ ରୂପ ନେଇଛି। ବିଶେଷ କରି ମାଲକାନଗିରି ତୁଳନାରେ ଏଥର ଗଞ୍ଜାମ ଓ ଗଜପତି ଜିଲା ବନ୍ୟା ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାରେ ୪୩ ହଜାରରୁ ଅଧିକ ଲୋକ ବନ୍ୟାଜଳ ଘେରରେ ଫସି ରହିଥିବା ବେଳେ ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି।ଏହି ଆପାତକାଳୀନ ସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏସଆରସି କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ବନ୍ୟାଞ୍ଚଳ ପରିଦର୍ଶନରେ ଯିବା ପୂର୍ବରୁ ସେ ଏକ ସାମ୍ବାଦିକ ସମ୍ମିଳନୀରେ ବନ୍ୟା ପରିସ୍ଥିତି ଓ ସରକାରଙ୍କ ରିଲିଫ୍‌ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି ଯେ, ପ୍ରଭାବିତ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଖରେ ତୁରନ୍ତ ରିଲିଫ୍ ସାମଗ୍ରୀ ପହଞ୍ଚାଇବା ପାଇଁ ଜିଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।ଜଳବନ୍ଦୀ ହୋଇ ରହିଥିବା ଦୁର୍ଗମ ଅଞ୍ଚଳଗୁଡ଼ିକରେ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିବାରୁ ହେଲିକପ୍ଟର ମାଧ୍ୟମରେ ଆକାଶ ମାର୍ଗରୁ ଶୁଖିଲା ଖାଦ୍ୟ ଓ ରିଲିଫ୍‌ ସାମଗ୍ରୀ ବଣ୍ଟନ କରାଯିବ।ଯେଉଁ ଅଞ୍ଚଳରେ ଡଙ୍ଗା ଚଳାଚଳ ସମ୍ଭବ, ସେଠାରେ ବୋଟ୍‌ ମାଧ୍ୟମରେ ପ୍ରଭାବିତଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି।ବନ୍ୟା ଜଳରେ କ୍ଷତିଗ୍ରସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡ଼ିକୁ ଯୁଦ୍ଧକାଳୀନ ଭିତ୍ତିରେ ତୁରନ୍ତ ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି, ଯାହାଦ୍ୱାରା ଯୋଗାଯୋଗ ବ୍ୟବସ୍ଥା ଶୀଘ୍ର ସ୍ୱାଭାବିକ ହୋଇପାରିବ। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ, ଓଡ୍ରାଫ ଏବଂ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯାଇଛି। ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ନେବା ସହ ସେମାନଙ୍କୁ ଆବଶ୍ୟକୀୟ ଖାଦ୍ୟ ଓ ପାନୀୟ ଜଳ ଯୋଗାଇଦେବା ପ୍ରଶାସନର ପ୍ରାଥମିକତା ରହିଛି ବୋଲି ରାଜସ୍ୱ ମନ୍ତ୍ରୀ ପ୍ରକାଶ କରିଛନ୍ତି।

  • Related Posts

    ପିଏମ୍ କିଷାନ: ଓଡ଼ିଶାରେ ୩୫ ଲକ୍ଷରୁ ଅଧିକ ଆକାଉଣ୍ଟକୁ ଗଲା ୭୦୭.୮୬ କୋଟି

    ଭୁବନେଶ୍ଵର : ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ୨୪ତମ କିସ୍ତି ବଣ୍ଟନ । ଗୁଜରାଟର ବନାସକାଣ୍ଠାରୁ ପିଏମ୍-କିଷାନ ଟଙ୍କା ଛାଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି । ଦେଶର ୯.୩୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଗଲା ୧୮,୬୯୦ କୋଟି ଟଙ୍କା । ଓଡ଼ିଶାର…

    Continue reading
    ଓସିଏସ୍‌ ପରୀକ୍ଷା ଘୁଞ୍ଚିବନି : ରାଜସ୍ୱ ମନ୍ତ୍ରୀ

    ଭୁବନେଶ୍ୱର:ବାତ୍ୟା ‘ଅର୍ଣ୍ଣବ’ ପରେ ଏବେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହାର ପ୍ରଭାବରେ ଜନଜୀବନ ବ୍ୟାହତ ହୋଇଥିବାବେଳେ ଅକଳରେ ପଡ଼ିଛନ୍ତି ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ମୁଖ୍ୟ ପରୀକ୍ଷାର୍ଥୀ। ବିଶେଷକରି ଦକ୍ଷିଣ ଓଡ଼ିଶାର ପରୀକ୍ଷାର୍ଥୀମାନେ କିପରି ପରୀକ୍ଷା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ