ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ପାରିବାରିକ କଳହର କରୁଣ ପରିଣତି । ବେକରେ ରଶି ଲଗାଇ ଝୁଲି ପଡ଼ିଲେ ଯୁବକ । ମୃତକ ଏକତାଳୀ ଗ୍ରାମର ଉପେନ୍ଦ୍ର ସାମଲଙ୍କ ପୁଅ ଉମାକାନ୍ତ ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଏକତାଳୀ ଗ୍ରାମରେ ଏପରି ଘଟଣା ଘଟିଛି ।ସୂଚନା ମୁତାବକ, ଏକତାଳୀ ଗ୍ରାମର ଉପେନ୍ଦ୍ର ସାମଲଙ୍କ ତିନି ପୁଅଙ୍କ ମଧ୍ୟରୁ ଉମାକାନ୍ତ ଥିଲେ ବଡପୁଅ । ଆଜକୁ ପାଞ୍ଚ ବର୍ଷ ହେବ ତାଙ୍କର ବିବାହ ହୋଇଥିଲା । ଅଦ୍ୟାବଧି ଉମାକାନ୍ତଙ୍କର ତିନି ବର୍ଷର ଏକ ଶିଶୁ କନ୍ୟା ଅଛି । କିନ୍ତୁ ଶୁକ୍ରବାର ରାତିରେ ପାରିବାରିକ କଳହରୁ ଉପର ମହଲା ଘରେ ବେକରେ ରଶି ଲଗାଇ ଝୁଲି ପଡିଲେ ଉମାକାନ୍ତ । ଏହା ଦେଖି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଭୁବନ ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଏନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଭୁବନ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ମଧ୍ୟ ଚଳାଛି ପୋଲିସ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ