ବାତ୍ୟା ଦୁର୍ବଳ ହେବା ପରେ ପଡ଼ିବ ଶୀତ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୁରାସୁ’ ଆଜି ଭୋର ସମୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିଛି । ଓଙ୍ଗୋଲ୍ ନିକଟରେ ନେଲ୍ଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ବାତ୍ୟା ଲ୍ୟାଣ୍ଡଫଲ୍ କରିଛି । ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୮ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିଥିଲା ବାତ୍ୟା । ସ୍ଥଳଭାଗ ଅତିକ୍ରମ ପରେ ଦକ୍ଷିଣ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଜାରି ରହିଛି ।
ବାତ୍ୟାଟି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ବିଶାଖାପାଟଣା ଅକ୍ଷାଂଶ ଦେଇ ଆଗକୁ ବଢ଼ିବା ସହ ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ବର୍ଷାର ପ୍ରଭାବ ରହିବ । କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ଏବଂ ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସ୍ଥଳଭାଗ ସହ ସଂସ୍ପର୍ଶ, ଥଣ୍ଡା ଓ ଶୁଷ୍କ ବାୟୁର ପ୍ରଭାବ ଏବଂ ପୂର୍ବଘାଟ ପର୍ବତମାଳା ଯୋଗୁଁ ବାତ୍ୟାଟି ଧୀରେ ଧୀରେ ଦୁର୍ବଳ ହେବ । ଏହା ପଶ୍ଚିମ ଦିଗକୁ ତେଲେଙ୍ଗାନା ଆଡ଼କୁ ଗତି କରିବାରୁ ଓଡ଼ିଶାରେ ଆଜି ଓ ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ । ଏହାପରେ ବର୍ଷାର ପ୍ରଭାବ ବିଶେଷ ରହିବ ନାହିଁ ।
ପାଣିପାଗ ମଡେଲ୍ ଅନୁଯାୟୀ, ଆଗାମୀ ୧୦ ଦିନ ମଧ୍ୟରେ ଓଡ଼ିଶା ଉପରେ ପ୍ରଭାବ ପକାଇବା ଭଳି କୌଣସି ନୂଆ ପାଣିପାଗ ସିଷ୍ଟମ୍ ସୃଷ୍ଟି ହେବାର ସମ୍ଭାବନା ନାହିଁ । ୮ ଓ ୯ ତାରିଖରୁ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି । ବାତ୍ୟା ପ୍ରଭାବ କମିବା ପରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ହ୍ରାସ ପାଇଲେ ରାଜ୍ୟରେ ଶୀତର ପ୍ରଭାବ ବଢ଼ିବ । ରାତି ତାପମାତ୍ରା ହ୍ରାସ ପାଇବ ।

  • Related Posts

    ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ ଗିରଫ

    ସମ୍ବଲପୁର:ଭିଜିଲାନ୍ସ ସପ୍ତାହ ନ ସରୁଣୁ ଲାଞ୍ଚ ନେଉଥିବା ସମୟରେ ବନ୍ଧା ହୋଇଛନ୍ତି ସମ୍ବଲପୁର-ତାଳଚେର ରେଳ ଦୋହରୀକରଣର ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ (ସ୍ପେସାଲ୍ ଏଲ୍ଏଓ) ଅଜୟ କୁମାର ଗଡ଼ନାୟକ (ଓଆର୍‌ଏସ୍) । ଜଣେ ବ୍ୟକ୍ତିଙ୍କ ଜମି ଅଧିଗ୍ରହଣ ଓ ନିର୍ମାଣାଧୀନ ଘରର ମୂଲ୍ୟ…

    Continue reading
    ବନ୍ୟା ଓ ବାତ୍ୟା ପ୍ରଭାବିତ ୩ ଜିଲ୍ଲା ପାଇଁ ୪ IAS ଅଧିକାରୀଙ୍କୁ ଦାୟିତ୍ୱ:ମନ୍ତ୍ରୀ

    ଭୁବନେଶ୍ୱର: ବନ୍ୟା ଓ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ କ୍ଷୟକ୍ଷତିର ସଠିକ୍ ଆକଳନ ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୪ ଜଣ ବରିଷ୍ଠ IAS ଅଧିକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି