ରାଜ୍ୟର କମିଲା ସର୍ବନିମ୍ନ ରାତ୍ରି ତାପମାତ୍ରା,ଅନୁଭୂତ ହେଲା ହାଲୁକା ଶୀତ

ଭୁବନେଶ୍ବର: ରାଜ୍ୟର ଅଧିକାଂଶ ସ୍ଥାନରେ କମିଲା ସର୍ବନିମ୍ନ ରାତ୍ରି ତାପମାତ୍ରା । ଅନୁଭୂତ ହେଲା ହାଲୁକା ଶୀତ ।ଗତକାଲି ରାଜଧାନୀ ଭୁବନେଶ୍ୱର ରେ ୨୫°C ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଶୀତର ସ୍ତର ବଢିଛି । ଦୀପାବଳିରେ ବାଣ ଫୁଟାଯିବା କାରଣରୁ ସହର ଧୂଆଁମୟ ହୋଇପଡ଼ିବା ସହ ବାୟୁମଣ୍ଡଳ ବିଷାକ୍ତ ହୋଇଯାଇଥିଲା। ରାତିରେ ଭୁବନେଶ୍ୱରର AQI ୨୭୪ ଡିଗ୍ରି ରେକର୍ଡ କରାଯାଇଛି, ଯାହାକି ଅତ୍ୟନ୍ତ ବିପଜ୍ଜନକ ସ୍ଥିତିକୁ ସୂଚାଉଛି ।
ରାଜଧାନୀର ଅଧିକାଂଶ ସ୍ଥାନରେ AQI ୨୫୦ରୁ ଅଧିକ ଥିଲା। ସେହିପରି ଏଜି କଲୋନୀରେ ସର୍ବାଧିକ ୩୨୪ AQI ରେକର୍ଡ କରାଯାଇଥିବା ବେଳେ ଚିନ୍ତାମଣିଶ୍ୱରରେ ୩୦୭ ବିଜେବି ନଗରରେ ୨୯୭, ବାପୁଜୀ ନଗରରେ ୨୯୫, ବାଲାକାଟିରେ ୨୯୪, ଜାଗମରାରେ ୨୯୧, ହଂସପାଳରେ ୨୪୫ ଏବଂ ନନ୍ଦନବିହାରରେ ୨୨୫ AQI ରେକର୍ଡ କରାଯାଇଛି । ସବୁ ସ୍ଥାନରେ ବାୟୁ ପ୍ରଦୂଷଣର ଅତ୍ୟନ୍ତ ଗମ୍ଭୀର ସ୍ଥିତି ଦର୍ଶାଉଛି । ଶବ୍ଦ ଓ ବାୟୁ ପ୍ରଦୂଷଣ ଚରମ ସୀମାରେ ପହଞ୍ଚିଥିବାରୁ ସାଧାରଣ ଲୋକେ, ବିଶେଷ କରି ଶ୍ୱାସରୋଗୀ ଓ ବୃଦ୍ଧବୃଦ୍ଧାମାନେ ଘୋର ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ରାତି ୧୧ଟାରେ ପ୍ରଦୂଷଣ ସ୍ତର ସର୍ବାଧିକ ୧୪ଶହ ୪୪ ଛୁଇଁଥିଲା । ଏହାପରେ ଧୀରେ ଧୀରେ କମିଥିଲା । ତେବେ ସକାଳ ୭ଟା ସମୟରେ ହାରାହାରି AQI ୧୯୭ ଥିଲା । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ । ଏପରି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାପରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ଅନ୍ୟପକ୍ଷରେ ଭୁବନେଶ୍ଵର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ୩୧ ଡିଗ୍ରୀ ସେଲସିୟସ୍ ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୧୧ ତାରିଖରେ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ଆକଳନ କରାଯାଇଛି । ୧୨ ତାରିଖରେ ବାଲେଶ୍ଵର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ପାଣିପାଗ ମଡେଲ୍ ଆକଳନ କରିଛି ।

  • Related Posts

    ୨୮ରେ ଓଡ଼ିଶା ଆସିବେ ଅମିତ ଶାହ

    ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

    Continue reading
    ଗଞ୍ଜାମ ବନ୍ୟା ବିଭୀଷିକା; ୧୨ ଦିନ ପରେ ଖୋଲିଲା ସ୍କୁଲ

    ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପରେ ଭୟଙ୍କର ବନ୍ୟାରେ ବେହାଲ ହୋଇପଡ଼ିଥିଲା ଗଞ୍ଜାମ । ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପରେ ହଠାତ୍ ନଦୀଜଳ ସ୍ତର ବଢିଥିଲା ଓ ଗାଁ ଓ ସହରକୁ ପାଣି ମାଡ଼ିଆସିଥିଲା । ବନ୍ୟାପାଣିରେ ସ୍କୁଲ, ଅଙ୍ଗନବାଡ଼ି, କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି