ଦେବ୍ରିଗଡ଼ ଅଭୟାରଣ୍ୟରେ ମହାବଳ

ସମ୍ବଲପୁର: ଦେବ୍ରିଗଡ଼ ଅଭୟାରଣ୍ୟରେ ପୁଣି ମହାବଳ ବାଘର ଉପସ୍ଥିତି ଜଣାପଡ଼ିଛି। ଅଭୟାରଣ୍ୟରେ ଲଗାଯାଇଥିବା ଆରବିଟି (RBT) କ୍ୟାମେରାରେ ବାଘର ଚିତ୍ର କଏଦ ହୋଇଛି। ଏହା ସହ ପାଟ୍ରୋଲିଂ କରୁଥିବା ବନ କର୍ମଚାରୀମାନେ ମଧ୍ୟ ବାଘକୁ ଦେଖିଥିବା ସୂଚନା ମିଳିଛି। ଏହି ଘଟଣା ପରେ ଅଭୟାରଣ୍ୟରେ ବନ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଅଧିକ କଡ଼ାକଡ଼ି କରାଯାଇଛି।ସୂଚନା ଅନୁସାରେ, ଗତ ଚାରି ବର୍ଷ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଦେବ୍ରିଗଡ଼ ଅଭୟାରଣ୍ୟରେ ମହାବଳ ବାଘର ଉପସ୍ଥିତି ଠାବ ହୋଇଛି। ଦେଚୁଆଁ-ଲଖନପୁର ଜଙ୍ଗଲ ଦେଇ ବାଘଟି ଦେବ୍ରିଗଡ଼ ଅଭୟାରଣ୍ୟକୁ ପ୍ରବେଶ କରିଥିବା ଅନୁମାନ କରାଯାଉଛି। ତେବେ ବାଘଟି କେଉଁ ଅଞ୍ଚଳରୁ ଆସିଛି, ତାହାର ବୟସ ଓ ପରିଚୟ କ’ଣ, ସେନେଇ ଅଧିକ ତଥ୍ୟ ସଂଗ୍ରହ କରାଯାଉଛି।ବାଘର ଗତିବିଧି ଏବଂ ପରିଚୟ ସମ୍ପର୍କରେ ସ୍ପଷ୍ଟ ତଥ୍ୟ ପାଇବା ପାଇଁ କ୍ୟାମେରାରେ କଏଦ ହୋଇଥିବା ଫଟୋକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (NTCA) ଏବଂ ଭାରତୀୟ ବନ୍ୟପ୍ରାଣୀ ପ୍ରତିଷ୍ଠାନ (WII)ର ବିଶେଷଜ୍ଞଙ୍କ ନିକଟକୁ ପଠାଯିବ। ବିଶେଷଜ୍ଞମାନେ ଫଟୋର ବିଶ୍ଳେଷଣ କରିବା ପରେ ବାଘ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିବ।ଅନ୍ୟପଟେ, ମହାବଳର ଉପସ୍ଥିତି ଜଣାପଡ଼ିବା ପରେ ଅଭୟାରଣ୍ୟରେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ବଢ଼ାଯାଇଛି। ବାଘର ଗତିବିଧି ଉପରେ ନଜର ରଖିବା ସହ ଜଙ୍ଗଲର ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯାଇଛି। ଦେବ୍ରିଗଡ଼ରେ ମହାବଳର ପୁନଃ ଉପସ୍ଥିତି ବନ୍ୟପ୍ରାଣୀ ସଂରକ୍ଷଣ ଦୃଷ୍ଟିରୁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ଦେଖାଯାଉଛି।

  • Related Posts

    ୨୮ରେ ଓଡ଼ିଶା ଆସିବେ ଅମିତ ଶାହ

    ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

    Continue reading
    ଗଞ୍ଜାମ ବନ୍ୟା ବିଭୀଷିକା; ୧୨ ଦିନ ପରେ ଖୋଲିଲା ସ୍କୁଲ

    ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପରେ ଭୟଙ୍କର ବନ୍ୟାରେ ବେହାଲ ହୋଇପଡ଼ିଥିଲା ଗଞ୍ଜାମ । ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପରେ ହଠାତ୍ ନଦୀଜଳ ସ୍ତର ବଢିଥିଲା ଓ ଗାଁ ଓ ସହରକୁ ପାଣି ମାଡ଼ିଆସିଥିଲା । ବନ୍ୟାପାଣିରେ ସ୍କୁଲ, ଅଙ୍ଗନବାଡ଼ି, କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି