ବାଲିଯାତ୍ରା ଉଦ୍‌ଘାଟନ କରିବେ ରାଷ୍ଟ୍ରପତି

କଟକ:ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରାର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୨୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି କଟକରେ ପହଞ୍ଚି ବାଲିଯାତ୍ରା ମହୋତ୍ସବର ଆନୁଷ୍ଠାନିକ ଉଦ୍‌ଘାଟନ କରିବେ। ରାଷ୍ଟ୍ରପତିଙ୍କ ଏହି ଗସ୍ତ ସମ୍ପର୍କରେ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ମହାନଦୀ କୂଳରେ ଆୟୋଜିତ ଏହି ଐତିହାସିକ ବାଲିଯାତ୍ରା ଓଡ଼ିଶାର ସମୃଦ୍ଧ ସାମୁଦ୍ରିକ ଇତିହାସ, ବାଣିଜ୍ୟିକ ପରମ୍ପରା ଓ ଗୌରବମୟ ସଂସ୍କୃତିର ପ୍ରତୀକ। ପ୍ରାଚୀନ କାଳରେ ଓଡ଼ିଆ ସାଧବମାନେ ବୋଇତରେ ସୁଦୂର ଇଣ୍ଡୋନେସିଆ, ଜାଭା, ସୁମାତ୍ରା ଓ ବାଲି ଆଦି ଦେଶକୁ ବାଣିଜ୍ୟ ପାଇଁ ଯାତ୍ରା କରୁଥିଲେ। ସେହି ଗୌରବମୟ ଐତିହ୍ୟକୁ ମନେ ପକାଇ ପ୍ରତିବର୍ଷ କଟକରେ ବାଲିଯାତ୍ରା ମହାଆଡ଼ମ୍ବରରେ ଆୟୋଜିତ ହୋଇଥାଏ।ଚଳିତ ବର୍ଷ ବାଲିଯାତ୍ରାର ଉଦ୍‌ଘାଟନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ଥିବାରୁ ଉତ୍ସବର ଗୁରୁତ୍ୱ ଆହୁରି ବୃଦ୍ଧି ପାଇଛି।

  • Related Posts

    ବୈତରଣୀରେ ବୁଡ଼ିଗଲେ ସ୍ବାମୀ-ସ୍ତ୍ରୀ

    କଳିଙ୍ଗନଗର: ଯାଜପୁର ବରାହନାଥ ନିକଟ ବୈତରଣୀ ନଦୀରେ ଦୁଇ ପର୍ଯ୍ୟଟକ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ସ୍ବାମୀ-ସ୍ତ୍ରୀ। ଖବର ପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଛି। ମୃତ…

    Continue reading
    ବାଘ ଶିକାର ଯୋଜନା ପଣ୍ଡ, ୨ ଶିକାରୀ ଗିରଫ

    ସମ୍ବଲପୁର: ଡେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟରେ କଲରାପତରିଆ ବାଘ ଶିକାର ପାଇଁ ଯୋଜନା କରିଥିବା ୨ ଜଣ ଶିକାରୀ ରାଉତପଡା ଗାଁ ର ଘନଶ୍ୟାମ ମିର୍ଦ୍ଧା (୪୦) ଏବଂ ସୁ ପ୍ରସାଦ ସୁଇ (୪୮) ଙ୍କୁ ବନ ବିଭାଗ ଗିରଫ କରିଛି। ଡେବ୍ରିଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି