ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ମୃତ

ଯାଜପୁର: ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ୟ୍ୟରତ ଡିଏସ୍‌ପି ଅଛନ୍ତି। ସେ ହେଲେ ବଳରାମ ନାୟକ। ଡିଏସ୍‌ପି ଶ୍ରୀ ନାୟକ କେନ୍ଦୁଝର ଜିଲ୍ଲା ଘଟଗାଁସ୍ଥିତ ତାଙ୍କ ଘରୁ ଯାଜପୁର ଆସୁଥିଲେ। ସେ ଏକ କାର୍ୟ୍ୟକ୍ରମରେ ସନ୍ଧ୍ୟାରେ ଯୋଗ ଦେଇଥାନ୍ତେ।
ସୂଚନା‌ ଅନୁସାରେ ଡିଏସ୍‌ପି ବଳରାମ ନାୟକ ଆଜି ଅପରାହ୍ଣରେ ଘଟଗାଁସ୍ଥିତ ନିଜର ଘରୁ ଜଣେ ସଂପର୍କୀୟଙ୍କ ସହିତ ଯାଜପୁର ଯାଉଥିଲେ। ପାଣିକୋଇଲି ଥାନା କୃପାଳୁ ରାଇସ ମିଲ ନିକଟରେ ତାଙ୍କ କାରକୁ ଏକ ଦ୍ରୁତଗାମୀ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ କାର୍‌ରେ ଥିବା ୨ ଜଣ ଗୁରୁତର ହୋଇଥିଲେ। ଉଭୟଙ୍କୁ ସେଠାରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

  • Related Posts

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମୋହନା: ପୁଣି ଗୁଣି ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟାକରି ଜଙ୍ଗଲରେ ପୋତି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁସୁମପୁର ଗାଁରେ । ମୃତକ ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦) ।…

    ଚାଞ୍ଚଲ୍ୟକର ପ୍ରତିକ୍ରିୟା:ବୋଲି ଝିଅ ନିଜେ ଆତ୍ମହତ୍ୟା କରିଛି

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଛାତ୍ରୀ ପୋଡ଼ି ଘଟଣାରେ ଚାଞ୍ଚଲ୍ୟକର ପ୍ରତିକ୍ରିୟା ରଖିଛନ୍ତି ମୃତ ଛାତ୍ରୀଙ୍କ ବାପା । ସେ କହିଛନ୍ତି, ମୋ ଝିଅ ବାନ୍ଧି ହୋଇ ପୋଡ଼ି ମରିଥିବା ମୁଁ ଅନୁମାନ କରୁଛି । ତାର ବାନ୍ଧି ହୋଇ ପୋଡ଼ି…

    Leave a Reply

    Your email address will not be published. Required fields are marked *

    You Missed

    MoU signed to foster Bio-economy in state

    Odisha Eyes Greener Roads: Plastic Waste to Pave the Way

    Pavitra Mohan Pradhan Medical College (PMPMC) will have 200 MBBS students in 2025-26

    ନାଟର ଗୋବର୍ଦ୍ଧନ ଅପରାଜିତା

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”