୨୯ରେ ଭୁବନେଶ୍ୱରରେ ପୂର୍ବାଂଚଳ ପରିଷଦ ବୈଠକ: ଆସିବେ ଶାହ ଓ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଚଳିତମାସ ୨୯ତାରିଖରେ ଭୁବନେଶ୍ୱରରେ ୨୮ତମ ପୂର୍ବାଂଚଳ ଜୋନାଲ ପରିଷଦ ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ଦିନିକିଆ ବୈଠକରେ ଓଡ଼ିଶା ସମେତ ବିହାର, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ, ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ସୂଚନା ଅନୁସାରେ,ଏହି ପୂର୍ବାଂଚଳ ଜୋନାଲ ପରିଷଦ ବୈଠକରେ ଯୋଗ ଦେବା ପାଇଁ କେନ୍ଦ୍ର କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଶାହ(Amit Shah) ୨୮ତାରିଖରେ ଓଡ଼ିଶାରେ ଆସିବେ। ୨୯ତାରିଖରେ ପୂର୍ବାଂଚଳ ଜୋନାଲ ପରିଷଦ ବୈଠକରେ ଅଧ୍ୟକ୍ଷତା କରିବେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧୀନସ୍ଥ ଆନ୍ତଃରାଜ୍ୟ ପରିଷଦ ସଚିବାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏହି ବୈଠକ ଆୟୋଜନ କରାଯାଉଛି। ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌, ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ସମ୍ପୃକ୍ତ ରାଜ୍ୟଗୁଡ଼ିକର ମୁଖ୍ୟ ସଚିବ, ବରିଷ୍ଠ ମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବହୁ ଉଚ୍ଚପଦସ୍ଥ ଅଧିକାରୀମାନେ ଏହି ଆଲୋଚନାରେ ସାମିଲ ହେବେ ବୋଲି ଜଣାପଡ଼ିଛି।
ଏହି ଦିନିକିଆ ବୈଠକରେ ଜାତୀୟ ତଥା ଆଂଚଳିକସ୍ତରର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବିସ୍ତୃତ ଭାବେ ବିଚାରବିମର୍ଶ ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ମହିଳା ଓ ଶିଶୁମାନଙ୍କ ବିରୋଧରେ ହେଉଥିବା ଦୁଷ୍କର୍ମ ଭଳି ଜଘନ୍ୟ ଅପରାଧର ତ୍ୱରିତ ବିଚାର ଓ ଶୀଘ୍ର ଫଇସଲା ପାଇଁ ‘ଫାଷ୍ଟ ଟ୍ରାକ୍ ସ୍ୱତନ୍ତ୍ର ଅଦାଲତ’ଗୁଡ଼ିକର କାର୍ଯ୍ୟକାରିତା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଏହାବ୍ୟତୀତ ନିର୍ଦ୍ଦିଷ୍ଟ ପରିଧି ମଧ୍ୟରେ ବ୍ୟାଙ୍କ ଶାଖା ପ୍ରତିଷ୍ଠା କରି ଗ୍ରାମାଂଚଳ ବ୍ୟାଙ୍କିଙ୍ଗ ସେବାକୁ ସୁଦୃଢ଼ କରିବା ଓ ଜରୁରୀକାଳୀନ ସହାୟତା ବ୍ୟବସ୍ଥା ‘ଇଆରଏସଏସ-୧୧୨’ର ସଫଳ ରୂପାୟନ ନେଇ ଆଲୋଚନା ହେବ।
ଏହି ବୈଠକରେ ସମ୍ପୃକ୍ତ ଚାରି ରାଜ୍ୟର ସାମୂହିକ ସ୍ୱାର୍ଥ ଜଡ଼ିତ ବିଭିନ୍ନ ବିକାଶମୂଳକ ପ୍ରସଙ୍ଗ ଯଥା ପୁଷ୍ଟିସାଧନ, ଶିକ୍ଷା, ସ୍ୱାସ୍ଥ୍ୟ, ବିଦ୍ୟୁତ ଶକ୍ତି, ସହରାଂଚଳ ଯୋଜନା ଓ ସମବାୟ ବ୍ୟବସ୍ଥାକୁ ଅଧିକ ମଜବୁତ କରିବା ଦିଗରେ ମଧ୍ୟ ରଣନୀତି ପ୍ରସ୍ତୁତ କରାଯିବ।
ଗତ ୨୦୨୪ ମସିହା ବୈଠକରେ ମସାନଜୋର ଡ୍ୟାମ୍‌, ତୈୟବପୁର ବ୍ୟାରେଜ୍ ଓ ଇନ୍ଦ୍ରପୁରୀ ଜଳଭଣ୍ଡାର ଭଳି ଦୀର୍ଘଦିନ ଧରି ପଡ଼ି ରହିଥିବା ଜଟିଳ ଆନ୍ତଃରାଜ୍ୟ ଜଳ ବିବାଦ ଉପରେ ବିସ୍ତୃତ ଆଲୋଚନା ହେବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ପୂର୍ବାଂଚଳ ପରିଷଦର ଅଧ୍ୟକ୍ଷ ଭାବେ କେନ୍ଦ୍ର ଗୃହ ମନ୍ତ୍ରୀ ଦାୟିତ୍ୱ ତୁଲାଇଥାନ୍ତି। ଏହାସହିତ ପ୍ରତି ସଦସ୍ୟ ରାଜ୍ୟର ରାଜ୍ୟପାଳଙ୍କ ଦ୍ୱାରା ଦୁଇଜଣ ଲେଖାଏଁ ମନ୍ତ୍ରୀ ପରିଷଦର ସଦସ୍ୟ ଭାବେ ମନୋନୀତ ହୋଇଥାନ୍ତି। ପ୍ରଥମେ ରାଜ୍ୟଗୁଡ଼ିକର ପ୍ରସ୍ତାବିତ ପ୍ରସଙ୍ଗକୁ ସମ୍ପୃକ୍ତ ଆଂଚଳିକ ପରିଷଦର ସ୍ଥାୟୀ କମିଟିରେ ଆଲୋଚନା କରାଯାଏ ଓ ସେଠାରେ ବିଚାରବିମର୍ଶ ପରେ ବଳକା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଆଂଚଳିକ ପରିଷଦର ମୁଖ୍ୟ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ପାଇଁ ଉପସ୍ଥାପନ କରାଯାଇଥାଏ।

ଏହି ପୂର୍ବାଂଚଳ ବୈଠକକୁ ଦୃଷ୍ଟିରେ ରଖି କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

  • Related Posts

    ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସାମିଲ ହେଲେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକ

    ଭୁବନେଶ୍ବର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକମାନେ ଯୋଗ ଦେଇଛନ୍ତି। ଏହି ଘଟଣା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଜେଡିରୁ ନିଲମ୍ବିତ ବିଧାୟକ ସୌଭିକ ବିଶ୍ବାଳ, ଦେବୀ…

    Continue reading
    ଭୋଗରାଇ ଗସ୍ତରେ ସୁଜାତା ରାଉତ

    ଭୋଗରାଇ ଗସ୍ତରେ ସୁଜାତା ରାଉତ। ସକାଳୁ ସକାଳୁ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ୱରଙ୍କ ଦର୍ଶନ କରି ଓଡ଼ିଶାବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ସୁଜାତା। ଏହାପରେ ଦେହୁର୍ଡା ହନୁମାନ ମନ୍ଦିର ନିକଟରୁ ଆରମ୍ଭ ହୋଇଥିଲା ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !