ମେଡିକାଲର ୪ ମହିଲାରୁ ଖସି ରୋଗୀ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ୪ ମହଲାରୁ ଖସିପଡ଼ି ଶୁକ୍ରବାର ବିଳମ୍ବିତ ରାତିରେ ମନୋଜ ଦେହୁରୀ (୩୫) ନାମକ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମନୋଜ ଖସି ପଡ଼ିଥିଲେ ନା ଡେଇଁ ଆତ୍ମହତ୍ୟା କରିଛନ୍ତି ସେନେଇ ତନାଘନା ତଦନ୍ତ ଚାଲିଛି। ମନୋଜ ଦୁଇଦିନ ତଳେ ବାତ ଏବଂ ଅଧିକ ରକ୍ତଚାପ ଯୋଗୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଳୟରେ ପର୍ଯ୍ୟାପ୍ତ ସୁରକ୍ଷା କର୍ମଚାରୀ ଥାଇ ମଧ୍ୟ ଏଭଳି ଅଘଟଣା କିପରି ଘଟିଲା, ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

    ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !