ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ

ନୀଳଗିରି: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ମିତ୍ରପୁର ଅଯୋଧ୍ୟା ରାସ୍ତା ସିନ୍ଦୁରଗଉରା ପାଖରେ ମହୁ ଖାଇବା ଆଶାରେ ଯାଇ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ଘଟିଛି। ସୂଚନା ମୁତାବକ, ରବିବାର ରାତିରେ ସ୍ବର୍ଣ୍ଣଚୂଡ଼ ସଂରକ୍ଷିତ ଜଙ୍ଗଲରୁ ଏକ ମା’ ଭାଲୁ ଛୁଆଙ୍କୁ ଧରି ଖାଦ୍ୟ ଅନ୍ବେଷଣରେ ଭାଲୁ ମିତ୍ରପୁର ଅଞ୍ଚଳକୁ ଆସିଥିଲା। ମିତ୍ରପୁର ସିନ୍ଦୁରଗଉରା ଅଯୋଧ୍ୟା ରାସ୍ତାକଡ଼ରେ ଥିବା ଏକ ବରଗଛରେ କିଛି ବାଘୁଆ ମହୁ ଥିବାବେଳେ ଏହାକୁ ଖାଇବା ପାଇଁ ଭାଲୁଟି ଚଢ଼ି ମହୁ ମଧ୍ୟ ଖାଇଥିଲା। ମହୁ ଖାଇ ବରଗଛରୁ ପାଖରେ ଥିବା ଟ୍ରାନ୍ସଫର୍ମର ଖୁଣ୍ଟ ଧରି ତଳକୁ ଓହ୍ଲାଉ ଥିବା ସମୟରେ ବିଦ୍ୟୁତ ଟ୍ରାନ୍ସଫର୍ମର ତାର ସଂସ୍ପର୍ଶରେ ଆସି ଭାଲୁର ମୃତ୍ୟୁବରଣ ହୋଇଛି। ସୋମବାର ସକାଳୁ ଅଞ୍ଚଳବାସୀ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ କର୍ମଚାରୀ ପହଞ୍ଚି ତଦନ୍ତ କରିବା ସହ ଭାଲୁଟିର ମୃତଦେହ ତଳକୁ ଆଣି ବ୍ୟବଚ୍ଛେଦ ପାଇଁ ପଠାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ