ସମ୍ଭାବ୍ୟ ବାତ୍ୟା ଆଶଙ୍କା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର:ସମୁଦ୍ରରେ ସମ୍ଭାବ୍ୟ ବାତ୍ୟା ଓ ପାଣିପାଗର ପ୍ରତିକୂଳ ସ୍ଥିତିକୁ ନେଇ ସତର୍କ ହୋଇଛନ୍ତି ରାଜ୍ୟ ସରକାର। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC)ଙ୍କ ପକ୍ଷରୁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

ବର୍ତ୍ତମାନ ସମୁଦ୍ରରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିଥିବା ବେଳେ ଝଟ୍‌କା ପବନର ବେଗ ୬୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଦକ୍ଷିଣ ଓଡ଼ିଶା ଉପକୂଳରେ ସମୁଦ୍ରର ସ୍ଥିତି ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି। ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ଏବେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ୧୫ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ମଧ୍ୟ ସତର୍କତା ଜାରି ହୋଇଛି। ୧୮ ତାରିଖ ପାଇଁ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ୧୯ ତାରିଖ ପାଇଁ କନ୍ଧମାଳ, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପାଇଁ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ରହିଛି।

  • Related Posts

    ‘ଅକଭାନ୍’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ

    ଭୁବନେଶ୍ୱର: ବାତ୍ୟା ‘ଅକଭାନ୍ ’ର ଗତିପଥକୁ ନେଇ ସ୍କାଏମେଟ୍ ର ବଡ଼ ଆକଳନ । ବାତ୍ୟା ପାଇଁ ୩ଟି ସମ୍ଭାବ୍ୟ ଗତିପଥ, ତାମିଲନାଡୁ-ଆନ୍ଧ୍ର, ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଓ ମିଆଁମାର ଉପକୂଳକୁ ନେଇ ଆକଳନ । ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ଅକଭାନ୍ ’ର ଗତିପଥକୁ…

    Continue reading
    ବାତ୍ୟା ପ୍ରଭାବ: ୧୮ରୁ ୨୦ ଯାଏଁ ଛେଚିବ ବର୍ଷା!

    ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ବର୍ଷା ପବନ ହୋଇପାରେ। ୧୮, ୧୯ ଏବଂ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !