ମୋ’ ବସ୍‌ ଦୁର୍ଘଟଣା : ଝିଅ ପରେ ମା ମୃତ

ଭୁବନେଶ୍ୱର:ଗତ ଶୁକ୍ରବାର ପାତ୍ରପଡା ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଥିଲା। ଯେଉଁଥିରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିଲା। ମୃତ ଯୁବତୀଙ୍କ ମାଆ ଆଜି ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ପୂର୍ବରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବତୀଙ୍କ ନାଁ ରାଜକୁମାରୀ ପ୍ରଧାନ। ମୃତକଙ୍କ ଘର ଫୁଲବାଣୀ। ସେ ଭୁବନେଶ୍ୱରରେ ରହୁଥିଲେ ।ଗତ ଶୁକ୍ରବାର ରାତି ୧୦ଟାରେ ଦୁଇଜଣ ମହିଳା ଏକ ସ୍କୁଟିରେ ରେଗାଲିଆ ମଲ୍‌ ନିକଟରୁ ବାହାରୁ ଥିବା ବେଳେ ପଛରୁ ଦ୍ରୁତଗତିରେ ଆସୁଥିବା ଏକ ମୋ’ ବସ୍‌ ତାଙ୍କୁ ଧକ୍କା ଦେଇଥିଲା। ସେଥିରେ ବସିଥିବା ଜଣେ ମହିଳ ରାସ୍ତାକଡ଼କୁ ଛିଟିକି ପଡ଼ିଥିବା ବେଳେ ଅନ୍ୟ ଜଣେ ମହିଳା ସ୍କୁଟି ସହ ବସ୍‌ ତଳେ ରହି ଯାଇଥିଲେ। ଫଳରେ ବସ୍‌ଟି ତାଙ୍କୁ ପାଖାପାଖି ୧୦୦ ମିଟର ପର୍ୟ୍ୟନ୍ତ ଘୋଷାଡ଼ି ନେଇଥିଲା। ଏଥିରେ ସଂପୃକ୍ତ ମହିଳାଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିଲା। ଏହି ସମୟରେ ବସ୍‌ଟି ଅନ୍ୟ ଏକ ସ୍କୁଟିରେ ଯାଉଥିବା ଦମ୍ପତିଙ୍କୁ ମଧ୍ୟ ଧକ୍କା ଦେଇଥିଲା। କିନ୍ତୁ ସୌଭାଗ୍ୟକୁ ଦୁହେଁ ରାସ୍ତାକଡ଼କୁ ଛିଟିକି ପଡ଼ିବାରୁ ନିଶ୍ଚିତ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏହା ଦେଖି ବସ୍‌ ଚାଳକଜଣଙ୍କ ଘଟଣାସ୍ଥଳରୁ ଫେରାର୍‌ ହେବାକୁ ଉଦ୍ୟମ କରିଥିଲେ। କିନ୍ତୁ ସ୍ଥାନୀୟ କିଛି ଯୁବକ ବସ୍‌କୁ ପିଛା କରି ତମାଣ୍ଡୋ ଛକରେ ଅଟକାଇଥିଲେ। ଡ୍ରାଇଭର୍‌ଙ୍କୁ ନିସ୍ତୁକ ମାଡ଼ ମାରିବା ସହ ବସ୍‌ ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିଲେ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରୁ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲା। ସେହିପରି ମୃତାହତମାନଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ