ଗଭୀର ଅବପାତରେ ପରିଣତ ହେଲା ଅବପାତ

ବଙ୍ଗୋପସାଗରରେ ସୃଷ୍ଟି ଅବପାତଟି ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୮କିମି ବେଗରେ ଆଗକୁ ବଢୁଛି ଗଭୀର ଅବପାତ । ଏହା ବିଶାଖାପାଟନମ ଠାରୁ ୮୨୦କିମି ଓ ଗୋପାଳପୁର ଠାରୁ ୯୪୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।
ଆସନ୍ତା ଦୁଇ ଦିନ ଧରି ଏହା ଆହୁରି ଘନୀଭୂତ ହେବ। ୧୯ ତାରିଖ ରାତି ସୁଦ୍ଧା ଏହା ଅତି ଭୀଷଣ ବାତ୍ୟା ଭାବେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରଉପକୂଳ ନିକଟତର ହେବା ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଓଡ଼ିଶାରେ ୧୮ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି।ଏହା ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରୁ ବର୍ଷା ପରିମାଣ ବଢ଼ିବ। ୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୨୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଆହୁରି କିଛି ଜିଲ୍ଲାକୁ ବ୍ୟାପିବାର ସମ୍ଭାବନା ରହିଛି। ୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବଲାଙ୍ଗିର, ସୋନପୁର, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

    ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !