ବାତ୍ୟା: ନେଲୁର ଏବଂ ଟୁନି ମଧ୍ୟରେ ଲ୍ୟାଣ୍ଡଫଲ୍‌ !

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ତେବେ ବାତ୍ୟାର ଲ୍ୟାଣ୍ଡଫଲ ସ୍ଥାନ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ  । ଆନ୍ଧ୍ରର ନେଲୁର ଏବଂ ଟୁନି ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବା ନେଇ ଆକଳନ କରାଯାିଛି ।
ଆକଳନ ଅନୁସାରେ, ବାତ୍ୟା ‘ଅକ୍ୱାନ’ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ର ପ୍ରଦେଶ ଉପକୂଳକୁ ଅତିକ୍ରମ କରିବ  । ଅତି ଭୀଷଣ ବାତ୍ୟା ଭାବେ ନେଲୁର-ଟୁନି ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ । ଲ୍ୟାଣ୍ଡଫଲ୍‌ ବେଳେ ପବନ ବେଗ ୧୨୦ରୁ ୧୩୦ କିମି ରହିବ । ବେଳେ ବେଳେ ଝଟକା ପବନର ବେଗ ୧୪୫ କିମି ରହିପାରେ । ତେବେ ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୨୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ସମୁଦ୍ର ତଟ୍ଟବର୍ତ୍ତୀ ଜିଲାପାଳଙ୍କୁ ଚିଠି ଲେଖିଲେ SRC ।

ଆନ୍ଧ୍ରରେ ଏହା ଲ୍ୟାଣ୍ଡଫଲ କଲେ ମଧ୍ୟ ଓଡ଼ିଶା ଉପରେ ଏହାର ଆଶିଂକ ପ୍ରଭାବ ପଡିପାରେ । ବର୍ଷା ସାଙ୍ଗକୁ କେତେକ ସ୍ଥାନରେ ପବନ ଲାଗି ରହିବ । ୧୮ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ଝଡ଼ବର୍ଷା ସହ ୪୦ ରୁ ୫୦ କି.ମି. ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୯ରୁ ରାଜ୍ୟରେ ବର୍ଷା ଓ ପବନର ପରିମାଣ ବଢ଼ିବା ସହ ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୫୦ ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

    ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !