ବଜେଟ: ମତ୍ସ୍ୟ ଓ ପଶୁ ପାଳନ ପାଇଁ ୧୯୦୯ କୋଟି

ଭୁବନେଶ୍ୱର: ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ତେବେ ମତ୍ସ୍ୟ ଓ ପଶୁ ପାଳନ ପାଇଁ ଚଳିତ ବଜେଟରେ ୧୯୦୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମତ୍ସ୍ୟ ଓ ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଦୁଗ୍ଧ ଉପôାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରାଯାଇଛି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୧୪୬ କୋଟି ଟଙ୍କା ଖର୍ଚ୍ଚ ହେବ । ଗୋ-ମାତା ଯୋଜନା ପାଇଁ ୪୬ କୋଟି ଟଙ୍କା ରଖାଯାଇଛି ।
ଅନ୍ୟପକ୍ଷରେ ଜଳ ସମ୍ପଦ ବିଭାଗର ମୁହାଣ ଖନନ ପାଇଁ ୩୮୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ହୀରାକୁଦ ଡ୍ୟାମର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ହେବ । ଅନ୍ୟାନ ଡ୍ୟାମର ଉନ୍ନତି ପାଇଁ ୫୭ କୋଟି ଟଙ୍କା ଖର୍ଚ୍ଚ ହେବ । ନଳକୂପଗୁଡ଼ିକ ପାଇଁ ବଜେଟରେ ୧୧୫୦ କୋଟି ବ୍ୟୟବରାଦ କରାଯାଇଛି ।
୩୧୩ ଚେକ ଡ୍ୟାମରେ ଏଥର ୩୫୦ କୋଟି ଟଙ୍କା ଖର୍ଚ୍ଚ ହେବ । ୧୯୩ କିମି ଲୁଣି ବନ୍ଧ ଯୋଜନା ପାଇଁ ୭୫୭ କୋଟିର ବ୍ୟବସ୍ଥା ହୋଇଛି ।
ସେହିପରି କୃଷି ପାଇଁ ଏଥର ବଜେଟରେ ୩୭, ୮୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ । ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମିଲେଟ ଶ୍ରୀଅନ୍ନ ଯୋଜନାକୁ ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି । ମିଲେଟ ପାଇଁ ଏମଏସପି ୪୨୯୦ ଟଙ୍କା ବାଦ ଅଧିକ ୨୦୦ ଟଙ୍କା ମିଳିବ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟେଗ ପାଇଁ ୨୯୩ କୋଟି ଟଙ୍କା ରଖାଯାଇଛି । ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ ହୋଇଛି । ୨୦୨୫-୨୬ରେ ୨ ଲକ୍ଷ ୭୫ ହେକ୍ଟର ଜମି ଜଳସେଚିତ କରିବୁ ।ଚଳିତ ବର୍ଷ ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ