ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜି ଫାଲଗୁନ କୃଷ୍ଣପକ୍ଷ ଷଷ୍ଠୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀବିଗ୍ରହଙ୍କ ବନକଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ ।ଶ୍ରୀମନ୍ଦିରରେ ପରମ୍ପରା ଅନୁଯାୟୀ, ଆଜି (ବୁଧବାର) ସନ୍ଧ୍ୟା ୫ଟାରେ ମହାପ୍ରଭୁଙ୍କ ଗୁପ୍ତ ନୀତି ବା ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯିବ । ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହି ନୀତି ସମାପନ ହେବା ପର୍ୟ୍ୟନ୍ତ ପ୍ରାୟ ୫ ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିବ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ । ଆଜି ସନ୍ଧ୍ୟା ୫ଟାରେ ଶ୍ରୀଜିଉଙ୍କ ଗୁପ୍ତ ନୀତି ଅନୁଷ୍ଠିତ ହୋଇ ରାତି ୧୦ ଟାରେ ଏହା ଶେଷ ହେବ । ଏଥିପାଇଁ ସର୍ବସାଧାରଣଙ୍କ ପାଇଁ ୫ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ