ଆଜିଠୁ ରାଜ୍ୟରେ ବର୍ଷା

ଭୁବନେଶ୍ୱର: ବୁଧବାରଠାରୁ ରାଜ୍ୟରେ ବର୍ଷା ହେବ । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୨୦ ତାରିଖରୁ ଉତ୍ତର ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଅଛି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ପ୍ରଫେସର ପଶୁପାଳକଙ୍କ ପୂର୍ବାନୁମାନ ଅନୁସାରେ, ୨୦ରୁ ୨୩ ତାରିଖ ଯାଏ ଉତ୍ତର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହି ୪ ଦିନ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ହାରାହାରି ୯୦ ମିମି ପର୍ୟ୍ୟନ୍ତ ବର୍ଷା ହେବ । ଯାଜପୁର, କେନ୍ଦୁଝର ଓ ଢେଙ୍କାନାଳରେ ୩୦ ମିମି ଯାଏ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କେନ୍ଦ୍ରାପଡ଼ା ଓ କଟକରେ ୫ରୁ ୧୫ ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଗଞ୍ଜାମ, ଗଜପତି ଓ ଫୁଲବାଣୀର କାଁ ଭାଁ କିଛି ସ୍ଥାନରେ ବୁନ୍ଦା ବର୍ଷା ହୋଇପାରେ । ୧୯ରେ ଭଦ୍ରକ ଓ ମୟୂରଭଞ୍ଜର ଅଳ୍ପ କିଛି ସ୍ଥାନରେ ପାଗ ମେଘୁଆ ରହିବା ସହ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ୨୦ରେ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜର ବିସ୍ତୃତ ଅଞ୍ଚଳରେ ୨୦ରୁ ୨୫ମିମି ବର୍ଷା ସମ୍ଭାବନା ଅଛି । ଢେଙ୍କାନାଳ, କେନ୍ଦୁଝର ଓ ଯାଜପୁରରେ ୧୦ରୁ ୨୦ମିମି ବର୍ଷା ହୋଇପାରେ । ୨୧ ତାରିଖରେ ବର୍ଷା କମିବ । ଭଦ୍ରକ, ଯାଜପୁର ଓ ବାଲେଶ୍ୱରର ଅନେକ ସ୍ଥାନରେ ୧୦ରୁ ୧୫ମିମି ବର୍ଷା ସମ୍ଭାବନା ଅଛି । କେନ୍ଦ୍ରାପଡ଼ା ଓ ଢେଙ୍କାନାଳରେ ୫ରୁ ୧୦ମିମି ବର୍ଷା ହୋଇପାରେ । ୨୨ରେ ଭଦ୍ରକ, ବାଲେଶ୍ୱର ଓ ୨୩ରେ ଭଦ୍ରକ, କେନ୍ଦ୍ରାପଡ଼ାର ବିସ୍ତୃତ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୩ ତାରିଖ ସନ୍ଧ୍ୟା ପରେ ବର୍ଷା ଛାଡ଼ିଯିବ ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ