କିଟ ଘଟଣାରେ ୪ଟି ଦିଗ ଉପରେ ହେବ ତଦନ୍ତ: ସୂର୍ଯ୍ୟବଂଶୀ

ଭୁବନେଶ୍ୱର: କିଟ ଘଟଣାରେ ୪ଟି ଦିଗ ଉପରେ ତଦନ୍ତ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । କିଟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଶୁକ୍ରବାର ବିଧାନସଭାରେ କଂଗ୍ରେସ ପକ୍ଷରୁ ଆଗତ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନାବେଳେ ମନ୍ତ୍ରୀ ଶ୍ରୀ ସୂରଜ ଏହି ସୂଚନା ଦେଇଛନ୍ତି ।

ଏହି ୪ ଦିଗ ଉପରେ ହେବ ତଦନ୍ତ:
୧-କ’ଣ ପାଇଁ ବିଶ୍ୱବିଦ୍ୟାଳୟ ସାଇନ ଡାଏ ହୋଇଥିଲା ।
୨-ଛାତ୍ରଛାତ୍ରୀଙ୍କୁ କାହିଁକି କଟକ, ଭୁବନେଶ୍ୱର ରେଳଷ୍ଟେସନରେ ଛଡ଼ାଗଲା
୩-ନେପାଳୀ ଛାତ୍ରଛାତ୍ରୀଙ୍କୁ କାହିଁକି ମାଡ଼ ମରାଗଲା
୪-ବାରମ୍ବାର ଅଭିଯୋଗ ସତ୍ତ୍ୱେ ମୃତ ଝିଅର କାହିଁକି ଅଭିଯୋଗ ଶୁଣିଲେ ନାହିଁ କାହିଁକି

ଏହାଛଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ ଭାଇରାଲ କଲ ଅଡ଼ିଓର ତଦନ୍ତ ଉନ୍ନତ ଜ୍ଞାନ କୌଶଳରେ ହେବ । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୮ ଜଣଙ୍କୁ ସମନ କରାଯାଇଛି । ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିବୃତ୍ତି ରଖି ଘଟଣାକୁ ନିନ୍ଦା କରିବା ସହ ବର୍ବୋରଚିତ ବୋଲି କହିଛନ୍ତି ।ଏହାଛଡ଼ା ସେ କହିଛନ୍ତି ଯେ କିଟ ଘଟଣାକୁକୁ ନେଇ ୩ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ କେନ୍ଦ୍ର ସରକାର ଘଟଣାକୁ ଗୁରୁତର ସହ ନେଇଛନ୍ତି । କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ ନିୟମିତ ଯୋଗାଯୋଗରେ ଅଛନ୍ତି । ଯୋଗାଯୋଗରେ ରହି କେନ୍ଦ୍ର ସରକାର ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ ନେଉଛନ୍ତି । ନେପାଳ କର୍ତ୍ତୃପକ୍ଷଙ୍କ ସହ ରାଜ୍ୟ ସରକାରଙ୍କ ପ୍ରତିନିଧି ବି ଆଲୋଚନା କରିଛନ୍ତି । ଏମିତିକି ଛାତ୍ରଛାତ୍ରୀଙ୍କ ସହ ବ୍ୟକ୍ତିଗତ ଆଲୋଚନା କରିଥିବା ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ରାଜ୍ୟ ସରକାର ୪ଟି ୨୪ଘଣ୍ଟିଆ ହେଲ୍ପ ଲାଇନ ଜାରି କରିଛନ୍ତି । ନେପାଳ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଫେରିଆସିବାକୁ ଅନୁରୋଧ କରାଯାଇଛି । ଛାତ୍ରଛାତ୍ରୀଙ୍କ ପାଇଁ ରିମେଡିଆଲ କ୍ଲାସ ହେବ । ମିଡ ସେମିଷ୍ଟାର ଘୁଞ୍ଚାଯିବ । ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ।

  • Related Posts

    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading
    ବାଣିଶ୍ରୀ ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ

    ଭୁବନେଶ୍ୱର: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ବାଣିଶ୍ରୀ  ଛାତ୍ରବୃତ୍ତିରେ ବିଳମ୍ବ ହେଲେ ଦୈନିକ ତଣ୍ଡ ଗଣିବେ ଅଧିକାରୀ । ବୃତ୍ତି ଆବେଦନଗୁଡ଼ିକୁ ଶିକ୍ଷାନୁଷ୍ଠାନ ସ୍ତରରେ ବିଚାରକୁ ନେବା ପାଇଁ ୪୫ ଦିନର ସମୟସୀମା ଧାର୍ଯ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ