ଧରା ପଡ଼ିଲା ବଉଳା କୁମ୍ଭୀର

ଭୋଗରାଇ: ଧରା ପଡିଲା ୭ ଫୁଟିଆ ବଉଳା କୁମ୍ଭୀର । ଦୀର୍ଘ ସମୟ ଧରି ୩୦ ଜଣିଆ ଟିମ୍‌ ଜାଲ ବିଛାଇ ଜଗି ରହିଥିବା ବେଳେ ଗୁରୁବାର ବିଳମ୍ବିତ ରାତିରେ କୁମ୍ଭୀରକୁ ଧରିବାରେ ବନ ବିଭାଗ ସଫଳ ହୋଇଛି । କୁମ୍ଭୀରଟିକୁ ଧରିବା ପରେ ତାକୁ ଭିତରକନିକା ନିଆଯାଇଛି । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ବିଚିତ୍ରପୁର ବେଳାଭୂମିରେ ଏଭଳି ଘଟଣା ଘଟିଛି ।  ଏହି କୁମ୍ଭୀରଟି ବାତ୍ୟା ‘ଦାନା’ ପ୍ରଭାବରେ ଭିତରକନିକାରୁ ପଳେଇ ଆସିବା ନେଇ ସନ୍ଧେହ କରାଯାଉଥିଲା ।

କୁମ୍ଭୀରଟିକୁ ଧରିବା ପାଇଁ ରାତିରେ ସମୁଦ୍ରକୁ ଲାଗିଥିବା ନାଳ ଭିତରେ ବନ ବିଭାଗର ଏକ ସ୍ୱତନ୍ତ୍ର ଟିମର ପେଟ୍ରୋଲିଂ କରିଥିଲା । ଭୋଗରାଇ ବ୍ଲକ ବିଚିତ୍ରପୁର ବେଳାଭୂମିରେ କୁମ୍ଭୀର ଠାବ ହେବା ପରେ ଲୋକେ ଭୟଭୀତ ହୋଇ ରହିଥିଲେ । ଯାହାକୁ ଧରିବା ପାଇଁ ବନ ବିଭାଗର ପକ୍ଷରୁ ଗୁରୁୂବାର ଅପରାହ୍ନ ୨ ଟାରୁ ରାତି ୧୨ ପର୍ୟ୍ୟନ୍ତ ପ୍ରୟାସ ଜାରି ରହିଥିଲା । ଏହାକୁ ନେଇ ଉପକୂଳବର୍ତ୍ତୀ ଅଞ୍ଚଳରେ ବନବିଭାଗ ପକ୍ଷରୁ ସଚେତନତା କରାଯାଇଥିଲା । ତେବେ ବନ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ ପ୍ରାୟ ରାତି ୧ ଟାରେ ଧରା ପଡିଛି ବୋଲି ସୂଚନା ମିଳିଛି କ୍ଷ

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ