ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ: ସରକାରୀ ଅର୍ଥ ହଡପ ଅଭିଯୋଗରେ ପ୍ରଧାନ ଶିକ୍ଷକଙ୍କୁ ୪ ବର୍ଷ ଜେଲ । ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜଣେ ଅଭିଯୁକ୍ତଙ୍କୁ ୪ ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଦୋଷୀକୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ଜଣକ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତର କାନ୍ଦ୍ରା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ତପନ କୁମାର କହଁର । ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ସରକାରୀ ଅନୁଦାନ ଆସିଥିଲା । ଅଭିଯୁକ୍ତ ନିର୍ମାଣ କାର୍ୟ୍ୟ ସମ୍ପୂର୍ଣ୍ଣ ନକରି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା। ଏହି ମାମଲାର ଶୁଣାଣୀ କରି ଫୁଲବାଣୀ ଭିଜିଲାନ୍ସ ଅଦାଲତ ଏହି ରାୟ ଶୁଣାଇଛନ୍ତି । ମାମଲାର ଅନ୍ୟ ଦୁଇ ଅଭିଯୁକ୍ତ ପୁରନ୍ଦର ଦେହୁରୀ ଓ ସାରସ୍ବତ ମଲିକଙ୍କୁ ଅଦାଲତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ।

  • Related Posts

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ଭୁବନେଶ୍ୱର : ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଧିନ ଧୀରୁକୁଟୀ ବସ୍ତିରେ ଜଣେ ନବବିବାହିତଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି । ଝିଅଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର…

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ଗଞ୍ଜାମ : ନିଜ ଜନ୍ମ କଲା ମାଆକୁ ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଆସିକା ଥାନା ଦନ୍ତରୀ ବିଗଡ ଗାଁରେ। ଜମିବାଡି ବିବାଦକୁ କେନ୍ଦ୍ର କରି ଏଭଳି କାଣ୍ଡ…

    Leave a Reply

    Your email address will not be published. Required fields are marked *

    You Missed

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ

    ଲଘୁଚାପ: ୧୨ରୁ ପ୍ରବଳ ବର୍ଷିବ

    ଲଘୁଚାପ:  ୧୨ରୁ ପ୍ରବଳ ବର୍ଷିବ

    ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

    ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର