ଉଦଳାକୁ ୩୭୫ କୋଟିର ପ୍ରକଳ୍ପ ଭେଟି ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ରାଇରଙ୍ଗପୁର: ଶନିବାର ବାଣୀପୀଠ ଭାବେ ପରିଚିତ ଉଦଳାକୁ ପ୍ରଥମ ଥର ଗସ୍ତ କରି ୩୭୫ କୋଟି ଟଙ୍କାର ପ୍ରକଳ୍ପର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ । ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଜିଲ୍ଲା ପାଇଁ ଏକ ଗର୍ବ ଏବଂ ଗୌରବର ବିଷୟ । ଯାହାକି ରାଜ୍ୟର ବିକାଶରେ ଏହା ଗୋଟିଏ ନୂତନ ଫର୍ଦ୍ଦ ଯୋଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ୟ୍ୟକ୍ରମରେ ଯୋଗ ଦେଇ କହିଥିଲେ ।

ଏହି ଅବସରରେ କପ୍ତିପଦା ଉପଖଣ୍ଡରେ ସମୁଦାୟ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ କହିଥିଲେ କି, ‘ଏହି ସମସ୍ତ ପ୍ରକଳ୍ପ କପ୍ତିପଦା ଉପଖଣ୍ଡ ପାଇଁ ନୂତନ ବିକାଶର ଧାରା ସୃଷ୍ଟି କରିବା ସହିତ ବିକଶିତ ଓଡିଶା ଗଠନ କରିବା ପାଇଁ ଅଗ୍ରଣୀ ଭୂମିକା ଗ୍ରହଣ କରିବ।’ ଏହି ପ୍ରକଳ୍ପ ମାନଙ୍କ ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର, ଜଳାଶୟ ଉନ୍ନତିକରଣ, ଜନ ସେବା କେନ୍ଦ୍ର, ଜନ ସ୍ୱାସ୍ଥ୍ୟ କେନ୍ଦ୍ର, ସମବାୟ ସଂସ୍ଥା ଆଦି ଅନେକ ପ୍ରକଳ୍ପ ଜନସାଧାରଣଙ୍କ ନିମନ୍ତେ ଉତ୍ସର୍ଗୀକୃତ ହେବ । ବିଶେଷ ଭାବରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ମନ୍ଦିର ଓ ବାଥୁଡି ସମ୍ପ୍ରଦାୟ ପାଇଁ ଗୋଟିଏ କମ୍ୟୁନିଟି ସେଣ୍ଟର ମଧ୍ୟ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ।

  • Related Posts

    ନୂଆଦିଲ୍ଲୀରେ ଓଡ଼ିଶା ଫୁଡ୍ ପ୍ରୋ-୨୦୨୬ ; ୪୩,୪୩୭ କୋଟିର ନିବେଶ ପ୍ରସ୍ତାବ

    ନୂଆଦିଲ୍ଲୀ/ଭୁବନେଶ୍ୱର : ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ହେଉଛି ଆମର କୃଷକଙ୍କ ସମୃଦ୍ଧି, ଗ୍ରାମାଞ୍ଚଳର ରୂପାନ୍ତର ଏବଂ ଓଡ଼ିଶାର ଶିଳ୍ପ ଭବିଷ୍ୟତ ମଧ୍ୟରେ ଏକ ସେତୁ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତର ପସନ୍ଦଯୋଗ୍ୟ ଲକ୍ଷ୍ୟ ସ୍ଥଳ ହେବାକୁ ଓଡ଼ିଶା ପ୍ରସ୍ତୁତ ରହିଛି। ଏହି…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ