ଇଓଡବ୍ଲୁରେ ବିଜେଡି ନେତା

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ବା ଇଓଡବ୍ଲୁରେ ବିଜେଡି ନେତା । ୪୦ ରୁ ୫୦ କୋଟି ଟଙ୍କାର ଅର୍ଥ ହେରଫେର ଅଭିଯୋଗରେ ବିଜେଡ଼ି ନେତା ରାଜା ଚକ୍ରଙ୍କୁ ଚାଲିଛି ମାରାଥନ ଜେରା । କେନ୍ଦୁଝର ଗନ୍ଧମାର୍ଦ୍ଦନ ଓଏମସି ଖଣିରେ ଲୋଡ଼ିଂ ଦାୟିତ୍ୱ ନେଇଥିବା ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ କୋଟି କୋଟି ଟଙ୍କା ହେରଫେର ଅଭିଯୋଗ ହୋଇଥିଲା ।
କିଛି ଦିନ ପୂର୍ବରୁ ଶୁଆକାଟି ସ୍ଥିତ ଲୋଡ଼ିଙ୍ଗ ଏଜେନ୍ସି କାର୍ୟ୍ୟାଳୟରେ ଇଓଡବ୍ଲୁ ପକ୍ଷରୁ ଚଢାଉ ହୋଇଥିଲା । ସେ ସମୟରେ ଏଜେନ୍ସି ସଭାପତି ଏଵଂ ସମ୍ପାଦକଙ୍କୁ ଇଓଡବ୍ଲୁ ଅଧିକାରୀ ଉଠାଇ ନେଇ ପଳାଇଥିଲେ । ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ ହୋଇଥିଲା । ପରେ ଖୋଲତାଡ଼ କରିବାରୁ ଏଥିରେ ପ୍ରାୟ ୫୦୦ କୋଟି ଟଙ୍କା ହେରଫେର ହୋଇଥିବା ଇଓଡବ୍ଲୁ ଜାଣିବାକୁ ପାଇଛି । ଏହି ସଂସ୍ଥା ସହ ଜଡ଼ିତ ୯ ଜଣଙ୍କୁ ଇଓଡବ୍ଲୁରେ ହାଜର ହେବାକୁ ନୋଟିସ୍ କରିଥିଲା । ସେ ମଧ୍ୟରେ ରାଜ୍ୟ ଯୁବ ବିଜେଡି ଉପସଭାପତି ରାଜା ଚକ୍ରଙ୍କ ନାଁ ଥିଲା । ଆଜି ରାଜା ଚକ୍ର ଭୁବନେଶ୍ୱର ଅଫିସରେ ହାଜର ହୋଇଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ