ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ବର: ମାର୍ଚ୍ଚ ୫ ଅର୍ଥାତ ଆଜି ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ବିଜୁ ପଟ୍ଟନାୟକଙ୍କ ଜୟନ୍ତୀଙ୍କୁ ମହାସମାରୋହରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଆଜି ଜୟଦେବ ଭବନରେ ଆୟୋଜନ ହେବ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ । ଏପଟେ ଭୂମିପୁତ୍ରକୁ ମନେ ପକାଉଛି ଓଡ଼ିଶା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ପଟ୍ଟନାୟକଙ୍କ ପୁଅ ନବୀନ ପଟ୍ଟନାୟକ ଏକ୍ସରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ନବୀନ ଏକ୍ସରେ ଲେଖିଛନ୍ତି, ‘ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ପରାକ୍ରମ, ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବଳିଷ୍ଠ ଅବଦାନ, ନାରୀ ସଶକ୍ତିକରଣ ଏବଂ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ବହୁମୂଲ୍ୟ ଯୋଗଦାନ ଆମକୁ ପ୍ରେରଣା ଯୋଗାଇ ଆସିଛି। ତାଙ୍କ ପ୍ରଦର୍ଶିତ ମାର୍ଗରେ ଓଡ଼ିଆ ସ୍ୱାଭିମାନ ରକ୍ଷା ସହ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମେ ବଦ୍ଧପରିକର।’

  • Related Posts

    ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

    ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

    Continue reading
    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ