ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା

ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ପରୀକ୍ଷା ଆଜି ଶେଷ ହୋଇଛି । ମେ’ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ । ମାର୍ଚ୍ଚ ୧୯ରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହେବ । ସୁରୁଖୁରୁରେ ପରୀକ୍ଷା ଶେଷ ହୋଇଛି ବୋଲି ଗୁରୁବାର ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ନୂଆ ଜ୍ଞାନ କୌଶଳ ପ୍ରୟୋଗ କାମ ଦେଲା ବୋଲି ବୋର୍ଡ ସଭାପତି କହିଛନ୍ତି । ପ୍ରଶ୍ନପତ୍ରରେ ୱାଟର ମାର୍କ ଓ କ୍ୟୁଆର କୋଡ୍‌ରୁ ସୁଫଳ ମିଳିଛି । ଏଥର ପ୍ରଶ୍ନପତ୍ର ଭାଇରାଲ୍‌ ହୋଇ ନାହିଁ, ସମସ୍ତଙ୍କ ସହଯୋଗ ମିଳିଛି । ଏଆଇ କ୍ୟାମେରା ଦ୍ୱାରା ପରୀକ୍ଷାରେ ଅନିୟମିତତା ଧରାପଡିଛି । ଏହାସହ ବିଜ୍ଞାନ ପଶ୍ନପତ୍ରରେ ୪ ମାର୍କ ତ୍ରୁଟି ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖି କହିଛନ୍ତି, କମ୍ପ୍ୟୁଟର ଭାଇରସ୍‌ ପାଇଁ ହୋଇଛି ଆଗକୁ ଯେଭଳି ଏଭଳି ନହେବ ସେଥିପ୍ରତି ଧ୍ୟାନ ଦିଆଯିବ । ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ । ମେ ପ୍ରଥମ ସପ୍ତାହରେ ଫଳ ପ୍ରକାଶ ପାଇବ ବୋଲି କୁହାଯାଇଛି ।

  • Related Posts

    ମହିଳାମାନେ ପସନ୍ଦ କରୁଥିବା ପୁରୁଷ

    – ସ୍ୱଭାବରେ ଶାନ୍ତ ଏବଂ ସୁନ୍ଦର କଥା: ଯେକୌଣସି ବ୍ୟକ୍ତିର କଥାବାର୍ତ୍ତାର ଶୈଳୀରୁ ସେ କେଉଁଭଳି ବ୍ୟକ୍ତି ଏବଂ ତାକୁ କିଭଳି ସଂସ୍କାର ମିଳିଛି ଜଣାପଡ଼ିଥାଏ । ବିଶେଷକରି ଶାନ୍ତ ସ୍ୱଭାବର ପୁରୁଷ ମହିଳାଙ୍କୁ ବହୁତ ପସନ୍ଦ । କାରଣ ଏଭଳି…

    Continue reading
    ପିଲାମାନଙ୍କ ମଧୁମେହ ଲକ୍ଷଣ

    ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ଆପଣଙ୍କ ପିଲା ଶୀଘ୍ର ଥକିଯାଉଛି, ବାରମ୍ବାର ପରିସ୍ରା କରିବାକୁ ଯାଉଛି, ଅତ୍ୟଧିକ ଶୋଷିଲା ଅନୁଭବ କରୁଛି, ତେବେ ସେ ମଧୁମେହର ପ୍ରାରମ୍ଭିକ ପର୍ୟ୍ୟାୟରେ ରହିଛି। ଯଦି ପିଲାଟି ମୋଟା ଅଛି ଏବଂ ଏହି ଲକ୍ଷଣ ଦେଖାଦେଉଛି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ