ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା: ୧୦ରୁ ଆବେଦନ

ଭୁବନେଶ୍ୱର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ।

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ “Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମ ଲାଗି ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ।

ତେବେ CPET ଆସନ୍ତା ମେ’ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET ପରୀକ୍ଷା ମାର୍କ ଅନିବାର୍ଯ୍ୟ ମାନଦଣ୍ତ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କର ଚୟନ ପ୍ରକିୟା ସମ୍ପୂର୍ଣ୍ଣ ଭାବେ ମେଧା ଆଧାରିତ (merit based) ହେବ।

ତେବେ ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ୨୦୨୫ ଜୁଲାଇ ୧୦ରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ବୋଲି କୁହାଯାଇଛି।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ