ସିରିଜ୍ ଦୁର୍ଘଟଣା: ହାଇଓ୍ବା ଚାଳକ ମୃତ

କୋଇଡା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ରେଙ୍ଗାଲବେଢ଼ା ନିକଟରେ ଶନିବାର ଏକ ସିରିଜ ଦୁର୍ଘଟଣାରେ ଏକ ହାଇଓ୍ବା ଚାଳକର ଶୋଚନୀୟ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ ପ୍ରଥମେ ଏକ ଲୁହାପଥର ବୋଝେଇ ହାଇୱା ୫୨୦ ଜାତୀୟ ରାଜପଥ ଉପରେ ଯାଉଥିବା ବେଳେ ହଠାତ୍ ବ୍ରେକ୍ ମାରି ଠିଆ ହୋଇଯିବାରୁ ପଛ ପାର୍ଶ୍ୱରୁ ଆସୁଥିବା ଆଉ ଏକ ହାଇୱା ତାକୁ ପଛପଟରୁ ଜୋରରେ ଧକ୍କା ଦେଇଥିଲା। ଫଳରେ ପଛ ପାର୍ଶ୍ଵରୁ ଧକ୍କା ଦେଇଥିବା ହାଇଓ୍ବା ଚଳକଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ହାଇୱାଟି ଭାରସାମ୍ୟ ହରାଇ ଆଉ ଗୋଟିଏ ଟ୍ରକ୍କୁ ଧକ୍କା ଦେଇଥିଲା ଫଳରେ ଦୁଇ ଗାଡ଼ିର ଦୁଇ ଚାଳକ ଗୁରୁତର ଆହତ ହୋଇଥିବା ପୁଲିସ୍ ସୂଚନା ମିଳିଛି। ମୃତ ଚାଳକ ହେଉଛନ୍ତି ଶିବୁ ମହାରଣା (୪୦)। ମୃତ ଚାଳକଙ୍କ ଘର କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ବୋଲି ଜଣାପଡିଛି। ଘଟଣା ସ୍ଥଳରେ କୋଇଡା ପୁଲିସ ପହଁଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହାଇଓ୍ବାଗୁଡିକୁ ମଧ୍ୟ ଜବତ କରିଥିବା ଜଣାପଡ଼ିଛି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ