ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ବର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି କି ଶ୍ରୀ ଦାସଙ୍କ ବିୟୋଗ ମୋତେ ଗଭୀର ଦୁଃଖ ଦେବା ସହ ମର୍ମାହତ କରିଛି।
ସ୍ବର୍ଗତ ଅନନ୍ତ ଦାସଙ୍କ ବିୟୋଗ ବାଲେଶ୍ଵରରେ କାହିଁକି ରାଜନୈତିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାରଙ୍କୁ ଶକ୍ତି ଓ ସାହସ ପ୍ରଦାନ କରିବା କରିବା ପାଇଁ ପ୍ରାର୍ଥନା କରିଛନ୍ତି ପିସିସି ସଭାପତି ଶ୍ରୀ ଦାସ ।

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ହୋଇଥିଲେ । ୨୦୦୪ରୁ ୨୦୧୯ ପର‌୍ୟ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ତାଙ୍କ ପରଲୋକ ପରେ ନିର୍ବାଚନ ମଣ୍ଡଳୀ ସହ ଦଳୀୟ କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ