ଆଜି ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ

ଭୁବନେଶ୍ୱର: ଆଜି ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ । ନାରୀ ନିର୍ୟାତନା ପ୍ରସଙ୍ଗରେ ବିକ୍ଷୋଭ କରିବ ଦଳ । ମହିଳା ନିର୍ୟାତନାକୁ ପ୍ରସଙ୍ଗ କରି ବିଧାନସଭାରେ ଦୁଇ ଦିନ କଂଗ୍ରେସ ହଙ୍ଗାମା କରିବା ପରେ ଶନିବାର ମହିଳା ଦିବସରେ କଳା ପଟି ବାନ୍ଧି ପ୍ରତିବାଦ କରିଥିଲା । ଆଜି ଠୁ ଜିଲ୍ଲାସ୍ତରରେ ଆନ୍ଦୋଳନ କରିବ କଂଗ୍ରେସ । ସମସ୍ତ ଜିଲ୍ଲା ମୁଖ୍ୟାଳୟ ଘେରାଉ କରିବେ ନେତା ଓ କଂଗ୍ରେସ କର୍ମୀ । ମହିଳାଙ୍କ ବିରୋଧରେ ଅତ୍ୟାଚାର ବଢ଼ିଚାଲିଥିବା ବେଳେ ଏହାକୁ ବିରୋଧ କରିବା ସହ ମହିଳାଙ୍କ ପାଇଁ ନ୍ୟାୟ ମାଗିବାକୁ କଂଗ୍ରେସ ବିକ୍ଷୋଭ କରିବ ।

ଏନେଇ ପିସିସି ସଭାପତି କହିଛନ୍ତି, ଅପରାଧୀଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିବାରେ ରାଜ୍ୟ ସରକାର ବିଫଳ । ତେଣୁ ସେମାନଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ପିସିସି ସଭାପତି । କଂଗ୍ରେସ କହିଛି ସୁଭଦ୍ରା ଯୋଜନା ନାଁରେ ମହିଳାଙ୍କୁ ସମ୍ମାନ ଦେଉଛି ବୋଲି ଦାବି କରୁଥିବା ଦଳ ମହିଳା ନିର୍ୟାତନାକୁ ରୋକିବାରେ ବିଫଳ। ବିଗତ ୮ ମାସରେ ୧୬୦୦ ମହିଳା ନିର୍ୟାତିତା ହୋଇଥିବା ଦଳ ଅଭିଯୋଗ ଆଣିଛି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ