
ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ୟ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି। ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଟିମ ଇଣ୍ଡିଆର ସଫଳତା ପାଇଁ ପୂରା ଦେଶ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।




