
ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ସୋମବାର ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଦେଇଛନ୍ତି । ଏସସି/ଏସଟି ବିଭାଗର ଖର୍ଚ୍ଚ ଦାବି ଆଲୋଚନାବେଳେ ତାରା ଏଭଳି କାଣ୍ଡ ଭିଆଇଛନ୍ତି । ଆଜି ନାରୀ ନିର୍ଯାତନାକୁ ପ୍ରସଙ୍ଗ କରି କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ । ତେବେ ଏସସି/ଏସଟି ବିଭାଗର ଖର୍ଚ୍ଚ ଦାବି ଆଲୋଚନାବେଳେ କଂଗ୍ରେସ ସଦସ୍ୟମାନେ ବାଚସ୍ପତିଙ୍କ ଉପରକୁ ପୋଷ୍ଟର ଓ ବ୍ୟାନର ଫିଙ୍ଗିଥିଲେ । ଏହି ସମୟରେ ତାରାପ୍ରସାଦ ବାହିନୀପତି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଦେଇଥିଲେ । ପରେ କଂଗ୍ରେସ ସଦସ୍ୟ କକ୍ଷତ୍ୟାଗ କରି ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଅନ୍ୟପକ୍ଷରେ ବାଚସ୍ପତି ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି ।




