ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ

ଭୁବନେଶ୍ବର : ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ ହୋଇଛନ୍ତି । ତାରାଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି । ଗତକାଲି ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଥିଲା । ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ। ଅନ୍ୟପଟେ ନିଲମ୍ବିତ ତାରା ରାତିସାରା ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିବେ ବୋଲି ସୂଚନା ଦେଇଛନ୍ତି । ଦଳୀୟ ବିଧାୟକମାନେ ପ୍ରତିକ୍ରିୟା ରଖି ଗଣତନ୍ତ୍ରର ହତ୍ୟା କରାଯାଇଛି ବୋଲି କହିବା ସହ ନିଲମ୍ବନ ଉଠାଇବା ପାଇଁ ଦାବି କରିଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ