ସାମ୍ବାଦିକଙ୍କୁ ମୋବାଇଲ ମନା

ଭୁବନେଶ୍ୱର: ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା କରାଯାଇଛି । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ମନା କରାଯାଇଛି । ଏହାର ପ୍ରତିବାଦରେ ଆଜି ସାମ୍ବାଦିକମାନେ ବିଧାନସଭା ପରିସରରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ହେବା ଭିଡିଓ ଭାଇରାଲ ହେଇଥିଲା । ମଙ୍ଗଳବାର ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ, ଯାହାର ଖବର ପ୍ରସାରଣ କରିଥିଲା ଗଣମାଧ୍ୟମ ।

ଗତକାଲିର ଘଟଣା ପରେ,ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯିବା ସହିତ, ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ।

  • Related Posts

    ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

    ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

    Continue reading
    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ