ତାରାଙ୍କ ସମର୍ଥନରେ ବିଜେଡି

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ଗତକାଲି ବାଚସ୍ପତି ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଥିବାବେଳେ ବିଜୁ ଜନତା ଦଳ ତାରାଙ୍କୁ ସମର୍ଥନ କରିଛନ୍ତି । ଏନେଇ ଆଜି ବିଜେଡି ବିଧାୟକମାନେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟି ତାରାଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିବା ପାଇଁ ଦାବି କରିଛନ୍ତି ।

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ପ୍ରତାପ ଦେବ ଓ ଅରୁଣ ସାହୁ ଆଜି ବାଚସ୍ପତିଙ୍କୁ ଭେଟିଛନ୍ତି । ଏହି ଅବସରରେ ସେମାନେ ତାରାଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର ସହ ନିଷ୍ପତ୍ତି ଉପରେ ପୁନର୍ବିଚାର କରିବା ପାଇଁ ଦାବି କରିଥିଲେ ।

ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ ହୋଇଛନ୍ତି । ତାରାଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି । ଗତକାଲି ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଥିଲା । ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ