୨୨ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୨୨ ତାରିଖ ଦିନ ଓଡ଼ିଶା ଆସିବେ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ଏହି ଗସ୍ତ ସମୟରେ ଶ୍ରୀ ଶାହ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଲାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ।

ଅନ୍ୟପକ୍ଷରେ ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ। ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି ।

୨୪ ତାରିଖରେ ରାଷ୍ଟ୍ରପତି ରାଜ୍ୟର ପ୍ରମୁଖ ପର୍ୟ୍ୟଟନସ୍ଥଳୀ ତଥା ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀ ନୀଳମାଧବଙ୍କୁ ଦର୍ଶନ କରିବେ ବୋଲି ପ୍ରାକ୍‌ ସୂଚନା ମିଳିଛି । ସେହିପରି ୨୫ରେ ରେଭେନ୍ସା ସମାବର୍ତ୍ତନ ଉତ୍ସବ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶେଷ ଆୟୋଜନ କରାଯାଉଛି । ରାଷ୍ଟ୍ରପତିଙ୍କ ସହିତ ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading
    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ