ରାଜ୍ୟରେ କାର୍ୟ୍ୟରତ ସାମ୍ବାଦିକମାନଙ୍କର ସଂଖ୍ୟା ୯୦୮୩

ଭୁବନେଶ୍ବର: ରାଜ୍ୟରେ କାର୍ୟ୍ୟରତ ସାମ୍ବାଦିକମାନଙ୍କର ସଂଖ୍ୟା ୯୦୮୩ ରହିଛି। ରାଜଧାନୀ ଭୁବନେଶ୍ବରରେ ସର୍ବାଧିକ ୧,୮୧୮ ଜଣ କାର୍ୟ୍ୟରତ ସାମ୍ବାଦିକ ରହିଛନ୍ତି ବୋଲି ଏକ ପ୍ରଶ୍ନ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି।

ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ କରିଥିଲେ ଯେ, ରାଜ୍ୟରେ କାର୍ୟ୍ୟରତ ସାମ୍ବାଦିକମାନଙ୍କର ସଂଖ୍ୟା କେତେ ଏବଂ ସେମାନଙ୍କର ନାମ ଓ ସେମାନେ କେଉଁ ସଂସ୍ଥାରେ କାମ କରୁଛନ୍ତି, ତାହାର ଏକ ତାଲିକା ଜିଲ୍ଲାୱାରୀ ପ୍ରଦାନ କରିବେ କି ? ସେମାନଙ୍କର ସୁବିଧା ଓ ସୁରକ୍ଷା ଦେବାପାଇଁ ସରକାରଙ୍କ କିଛି ବ୍ୟବସ୍ଥା ରହିଛି କି ?
ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଥିବା କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାରେ ସାମିଲ କରାଯିବା ସହିତ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଯୋଗ୍ୟ ଆବେଦନକାରୀଙ୍କୁ ନିୟମ ମୁତାବକ ଆର୍ଥିକ ସହାୟତା ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରାଯାଉଛି।
ଅଧିକ ପଢ଼ନ୍ତୁ: ୫ ବର୍ଷରେ ଓଡ଼ିଶାରେ ୧.୫ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍ ଯାନ ପଞ୍ଜିକୃତ ହୋଇଛି

ରାଜ୍ୟରେ ପ୍ରଚଳିତ ଆଇନ ଅନୁଯାୟୀ ସାମ୍ବାଦିକମାନଙ୍କୁ ସୁରକ୍ଷା ପ୍ରଦାନ କରାଯାଉଛି। ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସରକାର ସବୁବେଳେ ସମ୍ବେଦନଶୀଳ ଅଛନ୍ତି ଏବଂ ଏହାକୁ ନିଶ୍ଚିତ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ