୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ସୀମାନ୍ତ ତେଲଙ୍ଗାନା ଭଦ୍ରାଦି କତାଗୁଡ଼େମ ଜିଲାରେ ୬୪ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। କତାଗୁଡ଼େମ ଜିଲାର ଆଇଜି ଚନ୍ଦ୍ରଶେଖର ରେଡ୍ଡୀଙ୍କ ନେତୃତ୍ବରେ ପୁଲିସ ଓ ସିଆର୍‌ପିଏଫ୍‌ର ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଚାଲିଥିବା ମାଓ ଦମନ ଅଭିଯାନ ଚେୟୁତା ମାଧ୍ୟମରେ ମାଓବାଦୀ ଆକର୍ଷିତ ହୋଇଛନ୍ତି। ସେମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସମସ୍ତେ ପୂର୍ବରୁ ତେଲଙ୍ଗାନା ଓ ଛତିଶଗଡ଼ ରାଜ୍ୟରେ ଅନେକ ମାଓ ହିଂସା କାଣ୍ଡ ଘଟାଇବା ସହ ସରକାରଙ୍କ ବିରୋଧରେ ସାଧାରଣ ଜନତାଙ୍କୁ ପ୍ରବର୍ତ୍ତାଉ ଥିଲେ। ସରକାରଙ୍କ ମାଓଦମନ ନୀତି କଠୋର ସହ ବିକାଶ ମୂଳକ କାର୍ୟ୍ୟ ଓ ମାଓ ସଙ୍ଗଠନ ନିଜର ସ୍ଥିତି ହରାଉଥିବା ଦେଖି ୬୪ ମାଓବାଦୀ ସାଧାରଣ ଜୀବନ ଯାପନ ପାଇଁ ନିଷ୍ପତ୍ତି ନେଇ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତେଲଙ୍ଗାନା ସରକାରଙ୍କ ନିୟମ ଅନୁସାରେ ୬୪ ଜଣଙ୍କୁ ୨୫ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିବା ନେଇ ଏସ୍‌ପି ରୋହିତ ରାଜ ପ୍ରକାଶ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସମସ୍ତ ସୁବିଧା ସୁଯୋଗ ପ୍ରଦାନ କରାଯିବ ବୋଲି ଆଇଜି ପ୍ରକାଶ କରିଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ