ଓଡ଼ିଶାରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର: ଓଡ଼ିଶାରେ ପହଞ୍ଚିଛି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ଏୟାର ଇଣ୍ଡିଆର ବିମାନ ଯୋଗେ ମରଶରୀର ନୂଆଦିଲ୍ଲୀରୁ ଭୁବନେଶ୍ଵର ବିମାନବନ୍ଦରରେ ଅଣାଯାଇଛି । ବିମାନବନ୍ଦରରେ ମରଶୀରରକୁ ଗାର୍ଡ ଅଫ ଅନର ଦିଆ ଯାଇଛି । ଗାର୍ଡ ଅଫ୍ ଅନର ଦିଆଯିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଥିଲେ । ବିମାନବନ୍ଦରରେ ଅଗଣିତ ଲୋକଙ୍କ ଭିଡ଼ ଲାଗିଥିଲା, ଦେବେନ୍ଦ୍ରଙ୍କୁ ଶେଷ ଥର ପାଇଁ ଦେଖିବାକୁ ।
ଭୁବନେଶ୍ଵର ବିମାନବନ୍ଦରରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀରକୁ ସିଧା ଦଳୀୟ କାର୍ୟ୍ୟାଳୟକୁ ନିଆଯିବ । ବିଜେପି ରାଜ୍ୟ କାର୍ୟ୍ୟାଳୟରେ ନେତା ଓ କର୍ମୀ ଦେବେନ୍ଦ୍ର ପ୍ରଧାନଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ସେଠାରୁ ଦେବେନ୍ଦ୍ରଙ୍କ ମରଶରୀରକୁ ଚନ୍ଦ୍ରଶେଖରପୁର ସ୍ଥିତ ବାସଭବନକୁ ନିଆଯିବ । ସେଠାରେ ସାଧାରଣ ଜନତା ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଦର୍ଶନ କରିବେ । ଏହାପରେ ଆସନ୍ତାକାଲି ପୁରୀ ସ୍ଵର୍ଗଦ୍ଵାର ନିଆଯାଇ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ କରାଯିବ ବୋଲି ସୂଚନା ମିଳିଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ